Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 26:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, “ମୋʼ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ?” ତହିଁରେ ଅବୀଶୟ କହିଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, ମୋʼ ସଙ୍ଗରେ ଛାଉଣିକି ଶାଉଲଙ୍କ ନିକଟକୁ କିଏ ଯିବ? ତହିଁରେ ଅବୀଶୟ କହିଲା, ମୁଁ ତୁମ୍ଭ ସଙ୍ଗେ ଯିବି।

Gade chapit la Kopi

ଓଡିଆ ବାଇବେଲ

6 ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, ମୋ’ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ ? ତହିଁରେ ଅବୀଶୟ କହିଲା, ମୁଁ ତୁମ୍ଭ ସଙ୍ଗେ ଯିବି।

Gade chapit la Kopi

ପବିତ୍ର ବାଇବଲ

6 ଦାଉଦ ହିତ୍ତୀୟ ଅହୀମେଲକକୁ ଓ ସରୁୟାରର ପୁତ୍ର ଯୋୟାବର ଭ୍ରାତା, ଅବୀଶୟକୁ ପଗ୍ଭରିଲେ, “ମୋ’ ସଙ୍ଗରେ ଶାଉଲଙ୍କ ଛାଉଣି ନିକଟକୁ କିଏ ଯିବ।” ତହିଁରେ ଅବୀଶୟ ଉତ୍ତର ଦେଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”

Gade chapit la Kopi




1 ଶାମୁୟେଲ 26:6
22 Referans Kwoze  

ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।


ହିତ୍ତୀୟ ଊରୀୟ; ସର୍ବସୁଦ୍ଧା ସଇଁତିରିଶ ଜଣ।


ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।


ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।


ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ-ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।


ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।”


ଯିରୁବ୍ବେଶତର ପୁତ୍ର ଅବୀମେଲକ୍‍କୁ କିଏ ମାରିଲା? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କʼଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”


ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋʼ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା।


ହିତ୍ତୀୟ, ପରିଷୀୟ, ରଫାୟୀୟ,


ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍


ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠିଯାଇ ହେତ୍‌ର ସନ୍ତାନମାନଙ୍କୁ କହିଲେ,


ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍‍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନ୍‍ର ବାସମତ୍‍ ନାମ୍ନୀ କନ୍ୟାକୁ ବିବାହ କଲେ।


ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ି ଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।


ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍‍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।


ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଗଲା; ପୁଣି, ମିସରର ଏକ ଏକ ରଥ ଛଅ ଶହ ଶେକଲ ରୌପ୍ୟ ମୁଦ୍ରାରେ ଓ ଏକ ଏକ ଅଶ୍ୱ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରାରେ ଆସିଲା ଓ ଗଲା।


କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍‍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”


ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍‍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।


ମାଖାଥୀୟର ପୌତ୍ର ଅହସ୍ବୟର ପୁତ୍ର ଇଲୀଫେଲଟ୍‍, ଗୀଲୋନୀୟ ଅହୀଥୋଫଲର ପୁତ୍ର ଇଲୀୟାମ;


Swiv nou:

Piblisite


Piblisite