Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 27:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହେତୁ ଆଖୀଶ୍‍ ଦାଉଦଙ୍କୁ ବିଶ୍ୱାସ କରି କହିଲା, “ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ଵାସ କରି କହିଲା, ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତା; ଦୁର୍ଗନ୍ଧ ସ୍ଵରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।

Gade chapit la Kopi

ଓଡିଆ ବାଇବେଲ

12 ଏହେତୁ ଆଖୀଶ୍‍ ଦାଉଦଙ୍କୁ ବିଶ୍ୱାସ କରି କହିଲା, ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।

Gade chapit la Kopi

ପବିତ୍ର ବାଇବଲ

12 ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି ନିଜକୁ ନିଜେ କହିଲା, “ବର୍ତ୍ତମାନ ଦାଉଦର ନିଜର ଲୋକମାନେ ତାଙ୍କୁ ଘୃଣା କରିବା ଆରମ୍ଭ କଲେଣି, ଇସ୍ରାଏଲୀୟମାନେ ଦାଉଦଙ୍କୁ ବହୁତ ଘୃଣା କରୁଛନ୍ତି ଏବଂ ବର୍ତ୍ତମାନ ଦାଉଦ ମୋର ଦାସ ହୋଇ ଚିରଦିନ ରହିବ।”

Gade chapit la Kopi




1 ଶାମୁୟେଲ 27:12
6 Referans Kwoze  

ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍‍ଗଲ୍‍ରେ ଏକତ୍ର ହେଲେ।


ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍‍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”


ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”


ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, “ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ” ବୋଲି ଭାବି ଦାଉଦ ଗାଥ୍‍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।


ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ। ଏଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, “ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋʼ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ।”


ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍‍-ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।


Swiv nou:

Piblisite


Piblisite