Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 27:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଥି ମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାʼନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

8 ଏଥି ମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

8 ଦାଉଦ ଏବଂ ତାଙ୍କର ଲୋକମାନେ ଗଶୂରୀୟ, ଅମାଲେକୀୟ ଓ ଗିଷରୀୟ ଲୋକମାନଙ୍କୁ ଆକ୍ରମଣ କରୁଥା’ନ୍ତି। ଶୂରର ସନ୍ନିକଟ ଓ ମିଶର ପର୍ଯ୍ୟନ୍ତ ଯେଉଁ ଦେଶ, ସେଥି ମଧ୍ୟରୁ ପୂର୍ବକାଳରେ ସେଠାରେ ସେ ଲୋକମାନେ ବାସ କରୁଥିଲେ।

Gade chapit la Kopi




1 ଶାମୁୟେଲ 27:8
22 Referans Kwoze  

ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;


ତଥାପି ଇସ୍ରାଏଲ-ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି।


ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ।


ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।


ଆଉ ଗଶୂର ଓ ଅରାମ ଯାୟୀରର ଗ୍ରାମସବୁ ସେମାନଙ୍କ ହସ୍ତରୁ ହରଣ କଲେ, ତହିଁ ସଙ୍ଗେ କନାତ୍‍ ଓ ତହିଁର ଗ୍ରାମ ପ୍ରଭୃତି ଷାଠିଏ ନଗର ନେଲେ। ଏସମସ୍ତେ ଗିଲୀୟଦର ପିତା ମାଖୀରର ସନ୍ତାନ ଥିଲେ।


କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ କରି କହିଅଛି, ‘ଯଦି ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’”


ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏ କଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼ ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।”


ତହୁଁ ଯୋୟାବ ଉଠି ଗଶୂରକୁ ଯାଇ ଅବଶାଲୋମଙ୍କୁ ଯିରୂଶାଲମକୁ ଆଣିଲା।


ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍‍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍‍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍‍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।


ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ।


ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ।


ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍‍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧ ଦେଶରେ କର୍ତ୍ତୃତ୍ୱ କଲେ।


ଏଥିରେ ଆଖୀଶ୍‍ ଦାଉଦଙ୍କୁ ଡାକି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋʼ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋʼ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋʼ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।


ପୁଣି ଦ୍ୱିତୀୟ ପୁତ୍ର କିଲାବ୍‍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର।


ଏଉତ୍ତାରେ, ଦାଉଦଙ୍କର ସୈନ୍ୟଦଳ ଓ ଯୋୟାବ ପ୍ରଚୁର ଲୁଟିତ ଦ୍ରବ୍ୟ ସଙ୍ଗରେ ନେଇ ଆସିଲେ; ମାତ୍ର ଅବ୍‍ନର ହିବ୍ରୋଣରେ ଦାଉଦଙ୍କ ସଙ୍ଗରେ ନ ଥିଲା, କାରଣ ଦାଉଦ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଥିଲା।


ଅର୍ଥାତ୍‍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।


ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”


ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ିଦେଲେ।


Swiv nou:

Piblisite


Piblisite