Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 28:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହିଁରେ ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କର କଥା ସକାଶୁ ଅତିଶୟ ଭୟ କଲେ ଓ ତାଙ୍କଠାରେ ଆଉ କିଛି ବଳ ରହିଲା ନାହିଁ; କାରଣ ସେ ସାରାଦିନ ଓ ସାରାରାତ୍ରି କିଛି ଭୋଜନ କରି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତହିଁରେ ଶାଉଲ ସେହିକ୍ଷଣି ଭୂମିରେ ଲମ୍ଵ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କର କଥା ସକାଶୁ ଅତିଶୟ ଭୟ କଲେ ଓ ତାଙ୍କଠାରେ ଆଉ କିଛି ବଳ ରହିଲା ନାହିଁ; କାରଣ ସେ ଦିନଯାକ ଓ ରାତ୍ରିଯାକ କିଛି ଭୋଜନ କରି ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

20 ତହିଁରେ ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କର କଥା ସକାଶୁ ଅତିଶୟ ଭୟ କଲେ ଓ ତାଙ୍କଠାରେ ଆଉ କିଛି ବଳ ରହିଲା ନାହିଁ; କାରଣ ସେ ସାରାଦିନ ଓ ସାରାରାତ୍ରି କିଛି ଭୋଜନ କରି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

20 ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କ କଥାରେ ତାଙ୍କର ବହୁତ ଭୟ ଜାତ ହେଲା। ଶାଉଲ ମଧ୍ୟ ବହୁତ ଦୁର୍ବଳ ଥିଲେ। କାରଣ ସେ ସେଦିନ ଓ ରାତି କିଛି ଆହାର କରି ନ ଥିଲେ।

Gade chapit la Kopi




1 ଶାମୁୟେଲ 28:20
7 Referans Kwoze  

“ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ!


ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମନ୍ତ ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟନ୍ତ କମ୍ପିତ ହେଲା।


ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହି ସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।


ଆହୁରି ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ମଧ୍ୟ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ; ଏଣୁ କାଲି ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଆମ୍ଭ ସଙ୍ଗୀ ହେବ; ମଧ୍ୟ ସଦାପ୍ରଭୁ ଇସ୍ରାଏଲର ସୈନ୍ୟସାମନ୍ତଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ।”


ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ୱଳ ଦେଖି କହିଲା, “ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋʼ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି।


Swiv nou:

Piblisite


Piblisite