Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 29:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହୁଁ ଦାଉଦ ଆଖୀଶ୍‍କୁ କହିଲେ, “ମାତ୍ର ମୁଁ କଅଣ କଲି? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କʼଣ ପାଇଲେ ଯେ, ମୁଁ ଯାଇ ମୋʼ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହୁଁ ଦାଉଦ ଆଖୀଶ୍କୁ କହିଲେ, ମାତ୍ର ମୁଁ କଅଣ କଲି? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କʼଣ ପାଇଲେ ଯେ, ମୁଁ ଯାଇ ମୋʼ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ?

Gade chapit la Kopi

ଓଡିଆ ବାଇବେଲ

8 ତହୁଁ ଦାଉଦ ଆଖୀଶ୍‍କୁ କହିଲେ, ମାତ୍ର ମୁଁ କଅଣ କଲି ? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କ’ଣ ପାଇଲେ ଯେ, ମୁଁ ଯାଇ ମୋ’ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ ?

Gade chapit la Kopi

ପବିତ୍ର ବାଇବଲ

8 ତେଣୁ ଦାଉଦ ଆଖୀ‌ଶ୍‌‌କୁ କହିଲେ, “ମୁଁ କ’ଣ ତୃଟି କରିଅଛି କି? ମୁଁ ତୁମ୍ଭର ଦାସ ତୁମ୍ଭ ପାଖକୁ ଆସିଲା ଦିନରୁ ମୋର କିଛି ଭୁଲ୍ କାମ ତୁମ୍ଭେ ଦେଖିଛ କି? ନାଁ, କାହିଁକି ମୁଁ ମୋର ସଦାପ୍ରଭୁଙ୍କ ବିରୁଦ୍ଧରେ ଥିବା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରି ପାରିବି ନାହିଁ?”

Gade chapit la Kopi




1 ଶାମୁୟେଲ 29:8
10 Referans Kwoze  

ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


ତହିଁରେ ଦାଉଦ ଆଖୀଶ୍‍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ।” ତେଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, “ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।”


ଆହୁରି ସେ କହିଲେ, “ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି? ମୁଁ କଅଣ କରିଅଛି? ଅବା ମୋʼ ହାତରେ କେଉଁ ମନ୍ଦତା ଅଛି?


ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇଯିବ?”


ଏଥିରେ ଦାଉଦ କହିଲେ, “ମୁଁ ଏବେ କଅଣ କଲି? ଏଥିରେ କି କୌଣସି କାରଣ ନାହିଁ?”


ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”


ଏଥିରେ “ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ” ବୋଲି ଆଖୀଶ୍‍ ପଚାରନ୍ତେ, ଦାଉଦ କହନ୍ତି, “ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।”


ଏଣୁ ଏବେ ଫେର ଓ କୁଶଳରେ ଯାଅ, ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ନ କର।”


Swiv nou:

Piblisite


Piblisite