Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍‍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଳଗ୍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।

Gade chapit la Kopi

ଓଡିଆ ବାଇବେଲ

14 ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍‍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।

Gade chapit la Kopi

ପବିତ୍ର ବାଇବଲ

14 ଆମ୍ଭେମାନେ କରେଥୀୟମାନେ ବାସ କରୁଥିବା ନେଗେଭ ଆକ୍ରମଣ କଲୁ। ଆମ୍ଭେମାନେ ସିକ୍ଳଗ୍‌କୁ ଅଗ୍ନିରେ ଦ‌ଗ୍‌ଧ କଲୁ ଓ ଯିହୁଦାର କାଲେ‌ବ୍‌ମାନଙ୍କର ବସତି ଉପରେ ଆକ୍ରମଣ କଲୁ।”

Gade chapit la Kopi




1 ଶାମୁୟେଲ 30:14
14 Referans Kwoze  

ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ।


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ରତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା।


ପୁଣି, ରାଜା ସାଦୋକ ଯାଜକଙ୍କୁ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି, କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;


ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍‍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।


ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା ଥିଲେ।


ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।


ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍‍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍‍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍‍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।


ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।


ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ।


ପୁଣି, ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ।


ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।


ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।


ଏଥିରେ ଦାଉଦ ତାହାକୁ ପଚାରିଲେ, “ତୁମ୍ଭେ କାହାର ଲୋକ? ଓ ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଜଣେ ମିସରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା।


ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କʼଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ?” ତହୁଁ ସେ କହିଲା, “ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ୱରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି।”


Swiv nou:

Piblisite


Piblisite