Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିରେ ଦାଉଦ ସେମାନଙ୍କୁ କହିଲେ, “ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏଥିରେ ଦାଉଦ ସେମାନଙ୍କୁ କହିଲେ, ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

23 ଏଥିରେ ଦାଉଦ ସେମାନଙ୍କୁ କହିଲେ, ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

23 ଦାଉଦ ଉତ୍ତର ଦେଲେ, “ହେ ମୋର ଭାଇମାନେ, ସେପରି କର ନାହିଁ। ସଦାପ୍ରଭୁ ଯାହା ଦେଲେ, ସେ ବିଷୟରେ ଭାବ। ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି, ଆମ୍ଭକୁ ଆକ୍ରମଣ କରୁଥିବା ସୈନ୍ୟମାନଙ୍କୁ ପରାସ୍ତ କରାଇଲେ।

Gade chapit la Kopi




1 ଶାମୁୟେଲ 30:23
16 Referans Kwoze  

ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।


ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ।


ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ। ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣ ନଗରରେ ବାସ କରିବା ପୂର୍ବେ ଯେତେବେଳେ ସେ ମେସୋପଟାମିଆ ଦେଶରେ ଥିଲେ, ସେତେବେଳେ ଗୌରବମୟ ଈଶ୍ବର ତାହାଙ୍କୁ ଦର୍ଶନ ଦେଇ କହିଲେ,


ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।


ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, “ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର।


ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।


“ହେ ଭାଇମାନେ, ମୁଁ ବିନୟ କରୁଅଛି, ଏପରି କୁବ୍ୟବହାର କର ନାହିଁ।


ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।


ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, “ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି?” ତହିଁରେ ସେ ତାଙ୍କୁ କହିଲେ, “ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନ ହୋଇ ସମସ୍ତଙ୍କୁ ଉଦ୍ଧାର କରିବ।”


ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, “ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।”


ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।”


ପୁଣି ତୁମ୍ଭେ ଆପଣା ମନେ ମନେ କହିବ, “ଆମ୍ଭର ପରାକ୍ରମ ଓ ବାହୁ ବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।”


Swiv nou:

Piblisite


Piblisite