Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ଦାଉଦ ଏବଂ ତାଙ୍କର ଅନ୍ୟ ଯେଉଁ ଲୋକମାନେ ତାଙ୍କର ସୈନିକ ଥିଲେ, ସମସ୍ତେ କ୍ରନ୍ଦନ କରିବାକୁ ଲାଗିଲେ। ସେମାନେ ଏତେ କାନ୍ଦିଲେ ଯେ, ଆଉ କାନ୍ଦିବାକୁ ଦୁର୍ବଳ ହୋଇ ପଡ଼ିଲେ।

Gade chapit la Kopi




1 ଶାମୁୟେଲ 30:4
9 Referans Kwoze  

ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହି ସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।


ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।


ତେଣୁ ଲୋକମାନେ ବେଥେଲ୍‍କୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟନ୍ତ ରୋଦନ କଲେ।


ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ।


ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ।


ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।


ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।


ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।


Swiv nou:

Piblisite


Piblisite