Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 31:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍‍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବୈଥ୍ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍‍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।

Gade chapit la Kopi

ପବିତ୍ର ବାଇବଲ

10 ପଲେଷ୍ଟୀୟମାନେ ଶାଉଲଙ୍କର କବଚ ସାଞ୍ଜୁଆ ଇତ୍ୟାଦିକୁ ଆଷ୍ଟାରୋତ୍ ଦେବୀଙ୍କ ମନ୍ଦିରରେ ରଖିଲେ। ପଲେଷ୍ଟୀୟମାନେ ମଧ୍ୟ ଶାଉଲଙ୍କ ଶରୀରକୁ ବୈ‌ଥ୍‌ଶାନ୍ କାନ୍ଥରେ ଟାଙ୍ଗି ରଖିଲେ।

Gade chapit la Kopi




1 ଶାମୁୟେଲ 31:10
7 Referans Kwoze  

ଆହୁରି ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବାଲ୍‍ଦେବ ଓ ଅଷ୍ଟାରୋତ୍‍ ଦେବୀଗଣର ସେବା କଲେ।


ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍‍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍‍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।


ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।”


ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍‍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”


ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ୍‍ ଓ ତହିଁର ଉପନଗର-ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।


ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିସାରା ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବେଥ୍-ଶାନ ପ୍ରାଚୀରରୁ ଯାବେଶକୁ ନେଇ ସେଠାରେ ସେସବୁ ଦଗ୍ଧ କଲେ।


Swiv nou:

Piblisite


Piblisite