Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 31:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍‍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ଼୍‍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ

4 ଶାଉଲ ତାଙ୍କର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ଖଣ୍ତା ବାହାର କରି ତୁମ୍ଭର ଖଣ୍ଡାରେ ମୋତେ ହତ୍ୟା କର। ତାହାହେଲେ ଅସୁନ୍ନତ ଲୋକମାନେ ଆସି ମୋତେ ଗାଳି ଦେବେ ନାହିଁ କିମ୍ବା ହତ୍ୟା କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କର ଅସ୍ତ୍ରବାହକ ଦାସ ବହୁତ ଭୟଭୀତ ହୋଇଗଲା ଏବଂ ଶାଉଲଙ୍କୁ ହତ୍ୟା କରିବାକୁ ମନା କଲା। ତେଣୁ ଶାଉଲ ତାଙ୍କର ନିଜର ଖଣ୍ତା ବାହାର କଲେ ଓ ନିଜେ ନିଜକୁ ହତ୍ୟା କଲେ।

Gade chapit la Kopi




1 ଶାମୁୟେଲ 31:4
19 Referans Kwoze  

ଗାଥ୍‍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।


ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍‍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।


ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, “ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ‘ଜଣେ ସ୍ତ୍ରୀ ତାହାକୁ ବଧ କଲା।’” ତହିଁରେ ତାହାର ଯୁବା ଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା।


ଅମ୍ରିଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କ ପ୍ରକାଶିତ ପରାକ୍ରମସବୁ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?


ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।


ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?”


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”


ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?”


ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”


ତେବେ ତାହାର ପିତା ଓ ମାତା ତାହାକୁ କହିଲେ, “ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ?” ତହିଁରେ ଶାମ୍‍ଶୋନ୍‍ ଆପଣା ପିତାକୁ କହିଲା, “ତାହାକୁ ମୋʼ ପାଇଁ ଆଣ; ସେ ମୋʼ ଦୃଷ୍ଟିରେ ପସନ୍ଦ।”


ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ।” ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।


ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା।


ସେତେବେଳେ ଦାଉଦ ଯାଇ ଯାବେଶ-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।


ତହିଁରେ ସିମ୍ରି ନଗର ହସ୍ତଗତ ହେବାର ଦେଖି ରାଜଗୃହର ଦୁର୍ଗକୁ ଯାଇ ଆପଣା ଉପରେ ରାଜଗୃହରେ ଅଗ୍ନି ଲଗାଇ ତାହା ଦଗ୍ଧ କଲେ;


ଆହୁରି ଦାଉଦ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।


ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧ କରି ଫେରି ସିକ୍ଲଗ୍‍ ନଗରରେ ଦୁଇ ଦିନ ରହିଲେ।


Swiv nou:

Piblisite


Piblisite