Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।

Gade chapit la Kopi

ଓଡିଆ ବାଇବେଲ

10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ

10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲୀୟମାନେ ପରାସ୍ତ ହୋଇ ପ୍ରତ୍ୟେକ ଆପଣା ଆପଣା ତମ୍ବୁକୁ ଫେରିଗଲେ, ସେତେବେଳେ ଅତି ମହାସଂହାର ହେଲା, କାରଣ ସେଥିରେ ଇସ୍ରାଏଲର 30,000 ପଦାତିକ ସୈନ୍ୟ ମରି ପଡ଼ିଲେ।

Gade chapit la Kopi




1 ଶାମୁୟେଲ 4:10
19 Referans Kwoze  

ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।


ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ; ପୁଣି, ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ।


ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।


ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।


ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ।


ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା, ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।


ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହାସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଛା ଲୋକ ହତ ହୋଇ ପଡ଼ିଲେ।


“ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ,” ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।


ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।”


ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”


ତହିଁରେ ରାଜା ଉଠି ନଗର-ଦ୍ୱାରରେ ବସିଲେ। ସେତେବେଳେ ସମସ୍ତ ଲୋକଙ୍କୁ କୁହାଗଲା, ଦେଖ, ରାଜା ନଗର-ଦ୍ୱାରରେ ବସିଅଛନ୍ତି; ତହୁଁ ସମସ୍ତ ଲୋକ ରାଜାଙ୍କ ସମ୍ମୁଖକୁ ଆସିଲେ। ଏଥିମଧ୍ୟରେ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ପଳାଇ ଯାଇଥିଲେ।


ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।


ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।


ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ।


ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।


Swiv nou:

Piblisite


Piblisite