Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ହତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ପରମେଶ୍ଵରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ହତ ହେଲେ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍‍ନି ଓ ପୀନହସ୍‍ ହତ ହେଲେ।

Gade chapit la Kopi

ପବିତ୍ର ବାଇବଲ

11 ପୁଣି ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଧରିଲେ। ଆଉ ଏଲିଙ୍କର ଦୁଇ ପୁତ୍ର ହ‌ଫ୍‌ନି ଓ ପୀନହସ୍ ହତ ହେଲେ।

Gade chapit la Kopi




1 ଶାମୁୟେଲ 4:11
10 Referans Kwoze  

ପୁଣି, ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନସ୍ୱରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ।


ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।


ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।


ପୁଣି, ପରମେଶ୍ୱର ଇସ୍ରାଏଲକୁ ଯେ ଯେ ମଙ୍ଗଳ ପ୍ରଦାନ କରିବେ, ସେସବୁ ମଧ୍ୟରେ ତୁମ୍ଭେ ଆମ୍ଭ ଆବାସରେ ବିପତ୍ତି ଦେଖିବ; ଆଉ ତୁମ୍ଭ ଗୃହରେ କେହି କଦାପି ବୃଦ୍ଧ ହେବ ନାହିଁ।


ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ।


ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା,” ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।


ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;


ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ।


ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହି ଦିନ ସଫଳ କରିବା।


Swiv nou:

Piblisite


Piblisite