Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ

12 ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବିନ୍ୟାମୀନିୟ ଲୋକ ଯୁଦ୍ଧଭୂମି ଛାଡ଼ି ଦେଲା ଓ ସାରା ରାସ୍ତାରେ ଶୀଲୋ ଆଡ଼କୁ ଦୌଡ଼ିଲା। ତା'ର ବସ୍ତ୍ରଗୁଡ଼ିକ ଚିରିଗଲା ଏବଂ ତା'ର ମସ୍ତକରେ ମାଟି ଥିଲା। ସେହି ଦିନ ସେ ଶୀଲୋରେ ପହଞ୍ଚିଲା

Gade chapit la Kopi




1 ଶାମୁୟେଲ 4:12
9 Referans Kwoze  

ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।


ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚସ୍ୱରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ।


ସେହି ମାସର ଚବିଶତମ ଦିନରେ ଇସ୍ରାଏଲ-ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ।


ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ୱରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୂଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।


ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।


ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଲମ୍ବା ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା।


ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”


ସେ ଦିନ ତାହା ତୁମ୍ଭ କର୍ଣ୍ଣଗୋଚର କରାଇବା ନିମନ୍ତେ ପଳାତକ ଲୋକ କି ତୁମ୍ଭ ନିକଟକୁ ଆସିବ ନାହିଁ?


ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;


Swiv nou:

Piblisite


Piblisite