Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହୁଁ ଲୋକମାନେ ଛାଉଣିକି ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କିହେତୁ ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।

Gade chapit la Kopi

ଓଡିଆ ବାଇବେଲ

3 ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।

Gade chapit la Kopi

ପବିତ୍ର ବାଇବଲ

3 ତା'ପରେ ଇସ୍ରାଏଲୀୟ ସୈନ୍ୟଗଣ ଛାଉଣି ନିକଟକୁ ଫେରି ଆସିଲେ। ତା'ପରେ ପ୍ରାଚୀନଗଣ ପଗ୍ଭରିଲେ, “ସଦାପ୍ରଭୁ କାହିଁକି ଇସ୍ରାଏଲୀୟମାନଙ୍କୁ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାସ୍ତ କଲେ? ଆସ, ଆମ୍ଭେମାନେ ଶିଲୋଠାରୁ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକକୁ ଆଣିବା। ଏହିପରି ଭାବରେ, ସେ ଆମ୍ଭମାନଙ୍କ ସହିତ ଆସିବେ ଓ ଆମ୍ଭମାନଙ୍କୁ ଶତ୍ରୁମାନଙ୍କଠାରୁ ରକ୍ଷା କରିବେ।”

Gade chapit la Kopi




1 ଶାମୁୟେଲ 4:3
34 Referans Kwoze  

ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ।


ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;


ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,


ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ।


‘ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର,’ ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।


ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।


ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।


ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?


ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”


ତହୁଁ ରାଜା ସାଦୋକଙ୍କୁ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ନଗରକୁ ଫେରାଇ ନିଅ; ଯେବେ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ, ତେବେ ସେ ମୋତେ ପୁନର୍ବାର ଆଣିବେ, ପୁଣି ଏହା ଓ ଆପଣା ନିବାସ ସ୍ଥାନ ମୋତେ ଦେଖାଇବେ।


ତହୁଁ ଶାଉଲ ଅହୀୟକୁ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ଏଠାକୁ ଆଣ,” କାରଣ, ସେସମୟରେ ପରମେଶ୍ୱରଙ୍କ ସିନ୍ଦୁକ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେଠାରେ ଥିଲା।


ପୁଣି ଯିହୋଶୂୟ କହିଲେ, “ହାୟ ହାୟ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥାʼନ୍ତୁ!


ତୁମ୍ଭେମାନେ ସେମାନଙ୍କୁ କହିବ, ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନନ୍ତକାଳଯାଏ ସ୍ମରଣୀୟ ହେବ।’”


“ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ୱରୂପ ହୋଇ ରହିବ।


ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, “ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ?”


ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ।


ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୋ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।”


ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ-ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।


ତହୁଁ ନୂନର ପୁତ୍ର ଯିହୋଶୂୟ ଯାଜକମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ନିୟମ-ସିନ୍ଦୁକ ଘେନ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହନ୍ତୁ।”


ହେ ପ୍ରଭୋ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି।


ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।


ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ; ପୁଣି, ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ।


ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।


ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।


Swiv nou:

Piblisite


Piblisite