Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସେ ସ୍ଥାନରେ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍‍ନି ଓ ପୀନହସ୍‍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ସେମାନେ ଲୋକମାନଙ୍କୁ ଶୀଲୋକୁ ପଠାଇ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ। ସିନ୍ଦୁକର ଉପରେ କିରୂବ ଦୂତଗଣ ଥିଲେ। ସେମାନେ ପରମେଶ୍ୱରଙ୍କ ସିଂହାସନ ପରି ଏଲିଙ୍କର ଦୁଇପୁତ୍ର ହ‌ଫ୍‌ନି ଓ ପୀନହସ୍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଆସିଲେ।

Gade chapit la Kopi




1 ଶାମୁୟେଲ 4:4
18 Referans Kwoze  

ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍‍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।


ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।


ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବ ଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।


ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।


ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।


ଆଉ, ପରମେଶ୍ୱର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କରୁଅଛ; ମାତ୍ର ତୁମ୍ଭମାନଙ୍କ ଏପରି ଆଚରଣ ଦେଖି ସେ କʼଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରହଣ କରିବେ? ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।


ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ


ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।


ଆଉ ଦେଖ, ସାଦୋକ ମଧ୍ୟ ଓ ତାହା ସଙ୍ଗେ ସମସ୍ତ ଲେବୀୟ ଲୋକ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ବହି ଆସିଲେ, ପୁଣି ନଗରରୁ ସମସ୍ତ ଲୋକ ବାହାର ହୋଇ ଯିବା ପର୍ଯ୍ୟନ୍ତ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଓହ୍ଲାଇ ରଖିଲେ ଓ ଅବୀୟାଥର ଉପରକୁ ଗଲା।


“ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।


ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍‍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବ୍‍ର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।


ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।


Swiv nou:

Piblisite


Piblisite