Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ଵରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ଵରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

10 ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ଏହା ପରେ ସେମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଇକ୍ରୋଣକୁ ପଠାଇଲେ। ଯେତେବେଳେ ଇସ୍ରାଏଲର ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଆସିଲା। ଇକ୍ରୋଣୀୟମାନେ ଚିତ୍କାର କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକଙ୍କୁ ବଧ କରିବା ପାଇଁ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଛ।”

Gade chapit la Kopi




1 ଶାମୁୟେଲ 5:10
13 Referans Kwoze  

ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାର।”


ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।


ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;


ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତର ସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;


ପୁଣି, ସେମାନେ ତାହା ନେଇଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।


ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦିଅ, ତାହା ସ୍ୱ ସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ;” କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।


ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାନ ଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା।


ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।


ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।


ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍‍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍‍ ପଥରେ ଗାଥ୍‍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।


ତାହାର ପୁତ୍ର ସାବଦ୍‍, ତାହାର ପୁତ୍ର ଶୂଥେଲହ, ଏସର୍‍ ଓ ଇଲୀୟଦ୍‍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।


ତୁମ୍ଭେମାନେ କଲନେ ସହରକୁ ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍‍ ନଗରକୁ ଯାଅ; ସେହି ସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?


Swiv nou:

Piblisite


Piblisite