Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦିଅ, ତାହା ସ୍ୱ ସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ;” କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟ-ମାନଙ୍କ ସମସ୍ତ ଅଧିପତିଙ୍କି ଏକତ୍ରିତ କରି କହିଲେ, ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ପଠାଇ ଦିଅ, ତାହା ସ୍ଵସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ; କାରଣ ନଗରର ସର୍ବତ୍ର ମୃତ୍ୟୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ଵରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।

Gade chapit la Kopi

ଓଡିଆ ବାଇବେଲ

11 ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇ ଦିଅ, ତାହା ସ୍ୱସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ; କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।

Gade chapit la Kopi

ପବିତ୍ର ବାଇବଲ

11 ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ପଠାଇ ଦିଅ, ତାହା ସ୍ୱସ୍ଥାନକୁ ଫେରିଯାଉ। ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକକୁ ହତ୍ୟା ନ କରୁ,” କାରଣ ନଗରର ସବୁଆଡ଼େ ମୃତ୍ୟୁଜନିତ ବ୍ୟାକୁଳତା ଜନ୍ମି ଥିଲା। ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରି ଥିଲା।

Gade chapit la Kopi




1 ଶାମୁୟେଲ 5:11
7 Referans Kwoze  

ମାତ୍ର ଅସ୍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।


ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।”


ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ।


ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?”


Swiv nou:

Piblisite


Piblisite