Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା?” ତହିଁରେ ସେମାନେ ଉତ୍ତର କଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍‍କୁ ନିଆଯାଉ।” ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କି ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା? ତହିଁରେ ସେମାନେ ଉତ୍ତର କଲେ, ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ଗାଥ୍କୁ ନିଆଯାଉ। ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ନେଇଗଲେ।

Gade chapit la Kopi

ଓଡିଆ ବାଇବେଲ

8 ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା ? ତହିଁରେ ସେମାନେ ଉତ୍ତର କଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍‍କୁ ନିଆଯାଉ। ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ

8 ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଆମ୍ଭେମାନେ କ’ଣ କରିବା?” ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଗା‌ଥ୍‌କୁ ନିଆଯାଉ।” ତା'ପରେ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।

Gade chapit la Kopi




1 ଶାମୁୟେଲ 5:8
11 Referans Kwoze  

ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।


ତୁମ୍ଭେମାନେ କଲନେ ସହରକୁ ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍‍ ନଗରକୁ ଯାଅ; ସେହି ସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?


ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।


ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦିଅ, ତାହା ସ୍ୱ ସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ;” କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।


ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍‍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।”


ଏଥିରେ ଆଖୀଶ୍‍ ଦାଉଦଙ୍କୁ ଡାକି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋʼ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋʼ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋʼ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।


ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତର ସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;


ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।


ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱ ସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ।”


ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍‍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍‍ ପଥରେ ଗାଥ୍‍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।


ତାହାର ପୁତ୍ର ସାବଦ୍‍, ତାହାର ପୁତ୍ର ଶୂଥେଲହ, ଏସର୍‍ ଓ ଇଲୀୟଦ୍‍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।


Swiv nou:

Piblisite


Piblisite