Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ଲୋକମାନେ ସେପରି କଲେ; ପୁଣି, ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକୁ ଘରେ ବନ୍ଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ଲୋକମାନେ ସେପରି କଲେ; ପୁଣି ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକି ଘରେ ବନ୍ଦ କଲେ।

Gade chapit la Kopi

ଓଡିଆ ବାଇବେଲ

10 ତହିଁରେ ଲୋକମାନେ ସେପରି କଲେ; ପୁଣି, ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକୁ ଘରେ ବନ୍ଦ କଲେ।

Gade chapit la Kopi

ପବିତ୍ର ବାଇବଲ

10 ତା'ପରେ ସେମାନେ ଏହା କହିଲେ, ସେମାନେ ଯାହା ନିର୍ଦ୍ଦେଶ ଦେଲେ ଲୋକମାନେ ତାହା କଲେ, ଏବଂ ଦୁଇଟି ଦୁହାଁଳି ଗାଇକୁ ଶଗଡ଼ରେ ଯୋଚି ଦେଲେ ଓ ସେମାନଙ୍କ ବାଛୁରିଗୁଡ଼ିକ ଗୁହାଳରେ ବାନ୍ଧି ଦେଲେ।

Gade chapit la Kopi




1 ଶାମୁୟେଲ 6:10
4 Referans Kwoze  

ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋʼ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।


ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।”


ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ୱର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ।


ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।”


Swiv nou:

Piblisite


Piblisite