Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ପ୍ରତି ବର୍ଷ ବେଥେଲ୍‍ ଓ ଗିଲ୍‍ଗଲ୍‍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେ ପ୍ରତି ବର୍ଷ ବୈଥେଲ୍ ଓ ଗିଲ୍ଗଲ୍ ଓ ମିସ୍ପୀରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

16 ସେ ପ୍ରତି ବର୍ଷ ବେଥେଲ୍‍ ଓ ଗିଲ୍‍ଗଲ୍‍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

16 ସେ ପ୍ରତି ବର୍ଷ ଦେଶର ଚତୁର୍ଦ୍ଦିଗ ଯାତ୍ରା କରନ୍ତି। ସେ ବୈଥେଲ୍, ଗି‌ଲ୍‌ଗଲ୍ ଓ ମି‌ସ୍‌ପୀ ପ୍ରଭୃତି ସ୍ଥାନକୁ ଯାତ୍ରା କଲେ। ସେ ଲୋକଙ୍କୁ ଅନୁଧ୍ୟାନ କରି ଶାସନ ଚଲାଇଲେ।

Gade chapit la Kopi




1 ଶାମୁୟେଲ 7:16
15 Referans Kwoze  

ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା।


ଆଉ ତାହାର ଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ।


ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହି ସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍‍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।


ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।


ପୁଣି, ସେହି ସ୍ଥାନର ନାମ ବେଥେଲ୍‍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।


ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍‌ରେ, ଅର୍ଥାତ୍‍, ବେଥେଲ୍‍ରେ ଉପସ୍ଥିତ ହେଲେ।


ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ;” ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍‍ଗଲ୍‍ ରହିଲା।


ଇସ୍ରାଏଲ-ସନ୍ତାନଗଣ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ ପଦାରେ ନିସ୍ତାର ପର୍ବ ପାଳନ କଲେ।


ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପାରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି।”


ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଗିଲ୍‍ଗଲ୍‍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।”


ମାତ୍ର ବେଥେଲ୍‍ର ଅନ୍ଵେଷଣ କର ନାହିଁ, କିଅବା ଗିଲ୍‍ଗଲ୍‍ରେ ପ୍ରବେଶ କର ନାହିଁ ଓ ବେର୍‍ଶେବାକୁ ଯାଅ ନାହିଁ; କାରଣ ଗିଲ୍‍ଗଲ୍‍ ନିଶ୍ଚୟ ନିର୍ବାସିତ ହେବ ଓ ବେଥେଲ୍‍ ବିନଷ୍ଟ ହେବ।


ଓ ମିସ୍ପେ ଓ କଫୀରା ଓ ମୋତ୍ସା


ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ମିସ୍ପାରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ।


ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।


Swiv nou:

Piblisite


Piblisite