Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 8:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ସେସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ସେ ସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ସେ ସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

18 ଦିନ ଆସିବ ଯେତେବେଳେ ତୁମ୍ଭେ ବାଛିଥିବା ରାଜାଙ୍କୁ ଶାସନ ପାଇଁ ଚିତ୍କାର କରିବ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ କିଛି ଉତ୍ତର ଦେବେ ନାହିଁ।”

Gade chapit la Kopi




1 ଶାମୁୟେଲ 8:18
13 Referans Kwoze  

ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।


ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଊର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;


ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’


ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।


ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।


ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ?


ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।


ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’”


କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ?


ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।


ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”


Swiv nou:

Piblisite


Piblisite