Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 8:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, “ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;

Gade chapit la Kopi

ଓଡିଆ ବାଇବେଲ

19 ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;

Gade chapit la Kopi

ପବିତ୍ର ବାଇବଲ

19 କିନ୍ତୁ ଲୋକମାନେ ଶାମୁୟେଲଙ୍କ କଥାକୁ ଭୃକ୍ଷେପ କଲେ ନାହିଁ। ସେମାନେ କହିଲେ, “ନା, ଆମ୍ଭକୁ ଶାସନ କରିବା ପାଇଁ ରାଜା ଦରକାର।

Gade chapit la Kopi




1 ଶାମୁୟେଲ 8:19
9 Referans Kwoze  

“ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।


ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;


ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।”


ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ଯେତେବେଳେ ତୁମ୍ଭେ ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ଓ ତହିଁ ମଧ୍ୟରେ ବାସ କରିବ; “ଆଉ ଆମ୍ଭର ଚତୁର୍ଦ୍ଦିଗସ୍ଥିତ ସକଳ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆପଣା ଉପରେ ଏକ ରାଜା ନିଯୁକ୍ତ କରିବା,” ଯେବେ ଏହି କଥା କହିବ;


ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ‘ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ୱ କରିବ।’


ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ।


ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ।


Swiv nou:

Piblisite


Piblisite