Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ସେମାନେ ତାଙ୍କୁ କହିଲେ, “ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ସେମାନେ ତାଙ୍କୁ କହିଲେ, ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା କର।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ସେମାନେ ତାଙ୍କୁ କହିଲେ, ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।

Gade chapit la Kopi

ପବିତ୍ର ବାଇବଲ

5 ଇସ୍ରାଏଲର ପ୍ରାଚୀନଗଣ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ହୋଇଯାଇଛ ଏବଂ ତୁମ୍ଭର ପୁଅମାନେ ତୁମ୍ଭପରି ଜୀବନଯାପନ କରୁ ନାହାନ୍ତି। ତେଣୁ ଆମ୍ଭମାନଙ୍କୁ ଗୋଟିଏ ଶାସକ ଦିଅ। ଆମ୍ଭମାନଙ୍କୁ ଶାସନ କଲାଭଳି ଯାହା ଅନ୍ୟ ଜାତିମାନଙ୍କର ଅଛି।”

Gade chapit la Kopi




1 ଶାମୁୟେଲ 8:5
12 Referans Kwoze  

ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ବର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ୍ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ।


ଆଜି କି ଗହମ କାଟିବା ସମୟ ନୁହେଁ? ସଦାପ୍ରଭୁ ଯେପରି ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।”


କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।


ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ?”


ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି, ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି।


ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ।


ଏଥିଉତ୍ତାରେ ଇସ୍ରାଏଲ ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ।”


ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”


Swiv nou:

Piblisite


Piblisite