Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ସେମାନେ ଉତ୍ତର ଦେଇ କହିଲେ, ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ନିଜ ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ସେମାନେ ଉତ୍ତର ଦେଇ କହିଲେ, ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;

Gade chapit la Kopi

ପବିତ୍ର ବାଇବଲ

12 ଯୁବତୀମାନେ ଉତ୍ତର ଦେଲେ, “ହଁ, ସେ ଏଠାରେ ଅଛନ୍ତି, ଏଇ ରାସ୍ତାର ଅଳ୍ପ ଆଗରେ ଅଛନ୍ତି। ସେ ଆଜି ସହରକୁ ଆସିଛନ୍ତି। ଲୋକମାନେ ଦଳ ଦଳ ହୋଇ ଆସି ତାଙ୍କୁ ପବିତ୍ରପୀଠରେ ଦର୍ଶନ କରୁଛନ୍ତି।

Gade chapit la Kopi




1 ଶାମୁୟେଲ 9:12
11 Referans Kwoze  

ଏଥିଉତ୍ତାରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ବମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସାରାରାତ୍ରି ଯାପନ କଲେ।


ତହିଁରେ ଶାମୁୟେଲ କହିଲେ, “ମୁଁ କିପରି ଯାଇ ପାରିବି? ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ।” ଆଉ ସଦାପ୍ରଭୁ କହିଲେ, “ତୁମ୍ଭେ ଗୋଟିଏ ଛଡ଼ା ସଙ୍ଗରେ ନିଅ ଓ କୁହ, ‘ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛୁ।’


ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;


ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ


ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ।


ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି, ସେ ଆମ୍ଭ ଅଭିଷିକ୍ତଙ୍କ ସମ୍ମୁଖରେ ସର୍ବଦା ଗମନାଗମନ କରିବ।


ଯେବେ ତୁମ୍ଭ ପିତା ମୋʼ ବିଷୟ କିଛି ପଚାରିବେ, ତେବେ କହିବ, ‘ଦାଉଦ ଆପଣା ନଗର ବେଥଲିହିମକୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ।’


Swiv nou:

Piblisite


Piblisite