Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, “ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକି ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହାସବୁ ତୁମ୍ଭକୁ ଜଣାଇବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକି ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହା ସବୁ ତୁମ୍ଭକୁ ଜଣାଇବି।

Gade chapit la Kopi

ଓଡିଆ ବାଇବେଲ

19 ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକୁ ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହା ସବୁ ତୁମ୍ଭକୁ ଜଣାଇବି।

Gade chapit la Kopi

ପବିତ୍ର ବାଇବଲ

19 ଶାମୁୟେଲ କହିଲେ, “ମୁଁ ପରମେଶ୍ୱରଙ୍କ ଲୋକ। ମୋତେ ଅନୁସରଣ କର ମୁଁ ଉଚ୍ଚସ୍ଥାନକୁ ନେଇଯିବି। ତୁମ୍ଭେ ଏବଂ ତୁମ୍ଭ ଦାସ ମୋ’ ସହିତ ଆଜି ଭୋଜନ କରିବ। କାଲି ସକାଳେ ତୁମ୍ଭେମାନେ ଘରକୁ ଫେରିଯିବ। ଏବଂ ମୁଁ ତୁମ୍ଭର ସମସ୍ତ ପ୍ରଶ୍ନର ଉତ୍ତର ଦେବି।

Gade chapit la Kopi




1 ଶାମୁୟେଲ 9:19
4 Referans Kwoze  

ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ବର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ।


ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା?


ସେତେବେଳେ ଶାଉଲ ନଗର-ଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, “ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।”


ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ?”


Swiv nou:

Piblisite


Piblisite