Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ତୁମ୍ଭେମାନେ ବହୁ କ୍ଳେଶଭୋଗ ମଧ୍ୟରେ ପବିତ୍ର ଆତ୍ମାଙ୍କ ଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ତୁମ୍ଭେମାନେ ଆମକୁ ଓ ଆମ ପ୍ରଭୁଙ୍କୁ ଅନୁସରଣ କରିଥିଲ ଏବଂ ବହୁ କ୍ଲେଶ ଭୋଗିବା ସତ୍ତେ୍ୱ ପବିତ୍ର ଆତ୍ମାଙ୍କଠାରୁ ପ୍ରାପ୍ତ ଆନନ୍ଦ ସହିତ ସେହି ସୁସମାଚାର ଗ୍ରହଣ କରିଥିଲ।

Gade chapit la Kopi

ପବିତ୍ର ବାଇବଲ

6 ଏବେ ତୁମ୍ଭେମାନେ ମଧ୍ୟ ଆମ୍ଭ ଭଳି ଓ ପ୍ରଭୁଙ୍କ ଭଳି ହୋଇ ଯାଇଛ। ଅତ୍ୟଧିକ କଷ୍ଟ ପାଇଲା ପରେ ମଧ୍ୟ ତୁମ୍ଭେମାନେ ସେହି ଶିକ୍ଷାକୁ ଆନନ୍ଦରେ ଗ୍ରହଣ କରିଛ। ପବିତ୍ରଆତ୍ମା ତୁମ୍ଭମାନଙ୍କୁ ଏହି ଆନନ୍ଦ ପ୍ରଦାନ କରିଛନ୍ତି।

Gade chapit la Kopi




୧ ଥେସଲନୀକୀୟ 1:6
33 Referans Kwoze  

ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।


ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ।


ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ।


କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ, କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁସରଣ କର; ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶରୂପେ ଦେଖାଇବା ପାଇଁ ସେପରି କଲୁ।


ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ବରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ବରଙ୍କୁ ଦର୍ଶନ କରି ନାହିଁ।


ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ;


ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”


ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।


ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍‌ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ?


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ


ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,


କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।


ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।


ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି, ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର।


ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ।


ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।


ଏହି ପ୍ରକାରେ ସମୁଦାୟ ଯିହୂଦିୟା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।


ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;


ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।


ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି।


ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।


କାରଣ କିପରି ଆମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ,


ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।


Swiv nou:

Piblisite


Piblisite