Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ୱରୂପେ ଆମ୍ଭେମାନେ ସମ୍ଭ୍ରମ ଦାବି କରିପାରିଥାଆନ୍ତୁ, ତଥାପି ତୁମ୍ଭମାନଙ୍କଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ଵରୂପେ ଆମ୍ଭେମାନେ ସମ୍ଭ୍ରମ ଦାବୀ କରି ପାରିଥାଆନ୍ତୁ, ତଥାପି ତୁମ୍ଭମାନଙ୍କଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ, କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ।

Gade chapit la Kopi

ଓଡିଆ ବାଇବେଲ

6 ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ୱରୂପେ ଆମ୍ଭେମାନେ ସମ୍ଭ୍ରମ ଦାବି କରି ପାରିଥାନ୍ତୁ, ତଥାପି ତୁମ୍ଭମାନଙ୍କର ଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ତୁମ୍ଭମାନଙ୍କଠାରୁ କିମ୍ବା ଅନ୍ୟ କାହାରିଠାରୁ ପ୍ରଶଂସା ପାଇଁ ଆମେ ଚେଷ୍ଟା କରି ନ ଥିଲୁ,

Gade chapit la Kopi

ପବିତ୍ର ବାଇବଲ

6 ଆମ୍ଭେ ଲୋକମାନଙ୍କର ପ୍ରଶଂସା ଗ୍ଭହୁଁ ନାହୁଁ। ଆମ୍ଭେ ତୁମ୍ଭମାନଙ୍କ ପାଖରୁ ବା ଅନ୍ୟମାନଙ୍କ ପାଖରୁ ପ୍ରଶଂସା ଗ୍ଭହୁଁ ନାହୁଁ।

Gade chapit la Kopi




୧ ଥେସଲନୀକୀୟ 2:6
24 Referans Kwoze  

ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।


ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥିନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ବରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ।


ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।


ମୁଁ ମନୁଷ୍ୟମାନଙ୍କଠାରୁ ଗୌରବ ଗ୍ରହଣ କରେ ନାହିଁ,


ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।


ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।


ଏଥିନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହିସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ।


କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।


ଆଉ ସ୍ତ୍ରୀ ନିମନ୍ତେ ତ ପୁରୁଷର ସୃଷ୍ଟି ହେଲା ନାହିଁ; କିନ୍ତୁ ପୁରୁଷ ନିମନ୍ତେ ସ୍ତ୍ରୀର ସୃଷ୍ଟି ହେଲା।


କାରଣ ସେମାନେ ଈଶ୍ବରଙ୍କଠାରୁ ଗୌରବ ଅପେକ୍ଷା ବରଂ ମନୁଷ୍ୟମାନଙ୍କଠାରୁ ଗୌରବ ଭଲ ପାଇଲେ।


ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।


“ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?”


ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ।


ଆଉ, ହାମନ୍‍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।


ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।


କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ବନ୍ଧରେ ଗର୍ବ କରିପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି।


Swiv nou:

Piblisite


Piblisite