Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କାରଣ ଯଦି ଆମ୍ଭେମାନେ ବିଶ୍ଵାସ କରୁ ଯେ, ଯୀଶୁ ମରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ଵର ଯେ ଯୀଶୁଙ୍କ ଦ୍ଵାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ଵାସ କରିବା ଉଚିତ।

Gade chapit la Kopi

ଓଡିଆ ବାଇବେଲ

14 କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ୱର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯେହେତୁ ଆମେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନରୁତ୍ଥିତ ହେଲେ, ତେଣୁ ଆମେ ଦୃଢ଼ ନିଶ୍ଚିତ ଯେ, ଯୀଶୁଙ୍କଠାରେ ବିଶ୍ୱାସ କରି ଯେଉଁମାନଙ୍କର ମୃତ୍ୟୁ ହୁଏ, ଯୀଶୁଙ୍କ ପୁନରାଗମନବେଳେ ଈଶ୍ୱର ସେମାନଙ୍କୁ ଯୀଶୁଙ୍କ ସଙ୍ଗରେ ନେଇଯିବେ।

Gade chapit la Kopi

ପବିତ୍ର ବାଇବଲ

14 ଆମ୍ଭେ ବିଶ୍ୱାସ କରୁ ଯେ, ଯୀଶୁ ମଲେ। କିନ୍ତୁ ଆମ୍ଭେ ବିଶ୍ୱାସ କରୁ ଯେ, ଯୀଶୁ ପୁନରୁ‌ତ୍‌‌ଥିତ ହେଲେ। ଅତଏବ, ଯୀଶୁଙ୍କ ହେତୁ ଯୀଶୁଙ୍କ ସହିତ ମୃତ ବ୍ୟକ୍ତିମାନଙ୍କୁ ପରମେଶ୍ୱର ଏକାଠି ଆଣିବେ।

Gade chapit la Kopi




୧ ଥେସଲନୀକୀୟ 4:14
16 Referans Kwoze  

ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।


ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରିଦେବ।


ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।


ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।


“ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।


ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।


ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।


ଆଉ, ସେ ମହାତୂରୀଧ୍ୱନୀ ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,


ପୁଣି, ସେହି ସବୁ ଛାଉଣିରେ ଯେଉଁ ଅଶ୍ୱ, ଖଚର, ଓଟ ଓ ଗଧ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମହାମାରୀ ଘଟିବ, ତାହା ସେହି ମହାମାରୀ ପରି ହେବ।


ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।


କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।


Swiv nou:

Piblisite


Piblisite