Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟ; ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର । ପରସ୍ପର ସଙ୍ଗରେ ଶାନ୍ତିରେ ରୁହ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସେମାନଙ୍କ କାର୍ଯ୍ୟ ଲାଗି ସେମାନଙ୍କୁ ଆନ୍ତରିକଭାବେ ଭକ୍ତି ଓ ପ୍ରେମ କର। ପରସ୍ପର ସହିତ ଶାନ୍ତିରେ ବାସ କର।

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭମାନଙ୍କ ମଧ୍ୟରେ କାମ କରୁଥିବା ଯୋଗୁଁ, ସେମାନଙ୍କୁ ପ୍ରେମ କର ଓ ସେମାନଙ୍କୁ ବିଶେଷ ସମ୍ମାନ ଦେଖାଅ। ପରସ୍ପର ଶାନ୍ତିରେ ରୁହ।

Gade chapit la Kopi




୧ ଥେସଲନୀକୀୟ 5:13
21 Referans Kwoze  

ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ? ତୁମ୍ଭେମାନେ ଆପଣାଠାରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ।


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।


ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।


କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।


ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।”


ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!


କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।


ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।


ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।


କିନ୍ତୁ ଯେ ଈଶ୍ବରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।


ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ୱରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଈଶ୍ବରଙ୍କ ଜଣେ ଦୂତ ସ୍ୱରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ୱରୂପେ ମୋତେ ଗ୍ରହଣ କଲ।


“ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।


ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”


ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।


Swiv nou:

Piblisite


Piblisite