Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ-ହୀନମାନଙ୍କୁ ସାନ୍ତ୍ଵନା ଦିଅ, ଦୁର୍ବଳମାନଙ୍କ ତତ୍ତ୍ଵ ନିଅ, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ ।

Gade chapit la Kopi

ଓଡିଆ ବାଇବେଲ

14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଭାଇମାନେ, ତୁମ୍ଭମାନଙ୍କୁ ଆମର ଅନୁରୋଧ; ନିଷ୍କର୍ମାମାନଙ୍କୁ ସତର୍କ କରିଦିଅ, ଭୀରୁମାନଙ୍କୁ ଉତ୍ସାହିତ କର, ଦୁର୍ବଳମାନଙ୍କୁ ସାହାଯ୍ୟ କର ଓ ସମସ୍ତଙ୍କ ପ୍ରତି ସହନଶୀଳ ହୁଅ।

Gade chapit la Kopi

ପବିତ୍ର ବାଇବଲ

14 ଯେଉଁମାନେ କାମ କରୁ ନାହାନ୍ତି, ଭାଇ ଓ ଭଉଣୀମାନେ, ସେମାନଙ୍କୁ ସତର୍କ କରିଦିଅ। ଯେଉଁମାନେ ଭୟରେ ଅଛନ୍ତି, ସେମାନଙ୍କୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାଯ୍ୟ କର। ପ୍ରତ୍ୟେକ ଲୋକ ପାଇଁ ଧୈର୍ଯ୍ୟବାନ ହୁଅ।

Gade chapit la Kopi




୧ ଥେସଲନୀକୀୟ 5:14
40 Referans Kwoze  

ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।


ବିଶ୍ୱାସରେ ଯେ ଦୁର୍ବଳ, ତାହାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ।


ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।


ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରିପାରୁ;


ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।


କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।


ଅର୍ଥାତ୍‍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;


ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି।


ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।


ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା-ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ।


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,


ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର।


ମଦ୍ୟପାୟୀ କି ବିବାଦ-ପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,


ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।


କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


ମୁଁ ଈଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।


କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।”


ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା।”


କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;


ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ।


ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ।


Swiv nou:

Piblisite


Piblisite