Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ସେମାନେ ରାତ୍ରିରେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ୍ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ୍ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଲୋକମାନେ ରାତ୍ରି ସମୟରେ ନିଦ୍ରା ଯାଆନ୍ତି; ରାତ୍ରିରେ ସେମାନେ ସୁରା ପାନ କରି ମାତାଲ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

7 ଯେଉଁ ଲୋକମାନେ ଶୁଅନ୍ତି, ସେମାନେ ରାତିରେ ଶୁଅନ୍ତି। ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତିରେ ମାତାଲ ହୁଅନ୍ତି।

Gade chapit la Kopi




୧ ଥେସଲନୀକୀୟ 5:7
14 Referans Kwoze  

ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି।


ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।


ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ବରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।


କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର।


ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”


ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ,


ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ,


ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ।


ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,


Swiv nou:

Piblisite


Piblisite