Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ଵାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି ପରିତ୍ରାଣର ଭରସାରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ ଆମେ ଦିବସର ସନ୍ତାନ ଓ ସଦା ସଚେତନ। ଆସ, ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରିବା ଓ ପରିତ୍ରାଣର ଭରସାରୂପ ଶିରସ୍ତ୍ରାଣ ମସ୍ତକରେ ଦେବା।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ଆମ୍ଭେ ଦିନର ହୋଇଥିବାରୁ ନିଜକୁ ସଂଯମ କରିବା ଆବଶ୍ୟକ। ବିଶ୍ୱାସ ଓ ପ୍ରେମର ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର।

Gade chapit la Kopi




୧ ଥେସଲନୀକୀୟ 5:8
25 Referans Kwoze  

ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।


ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର।


ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ରରୂପେ ଉଦ୍‍ଯୋଗରୂପ ବସ୍ତ୍ର ପିନ୍ଧିଲେ।


ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,


ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ।


କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;


କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ସତ୍ୟ ବାକ୍ୟରେ, ଈଶ୍ବରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ୱାରା,


ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।


ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ।


କାରଣ ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ।


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,


Swiv nou:

Piblisite


Piblisite