Biblia Todo Logo
Bib sou entènèt

- Piblisite -




୧ ତୀମଥି 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେହିପ୍ରକାରେ ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁବର୍ଣ୍ଣ କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ସୁବୁଦ୍ଧି ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି ପ୍ର.ପିତ. ୩:୩

Gade chapit la Kopi

ଓଡିଆ ବାଇବେଲ

9 ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ନାରୀମାନଙ୍କୁ ମୋର ଅନୁରୋଧ, ସେମାନେ ବିନୀତ ଓ ସଂଯତ ହୁଅନ୍ତୁ। ମୂଲ୍ୟବାନ ପରିଚ୍ଛଦ, କୃତ୍ରିମ କେଶ ବିନ୍ୟାସ ଓ ସ୍ୱର୍ଣ୍ଣରତ୍ନାଳଙ୍କାରରେ ନିଜକୁ ମଣ୍ଡିତ ନ କରି,

Gade chapit la Kopi

ପବିତ୍ର ବାଇବଲ

9 ମୁଁ ଏହା ମଧ୍ୟ ଗ୍ଭହେଁ ଯେ ସ୍ତ୍ରୀଲୋକମାନେ ଏପରି ପୋଷାକ ପିନ୍ଧନ୍ତୁ, ଯାହା ସେମାନଙ୍କ ପାଇଁ ଉପଯୁକ୍ତ। ଉତ୍ତମ ମନୋଭାବ ସହିତ ସମ୍ମାନନୀୟ ଭାବରେ ନିଜକୁ ସଜାନ୍ତୁ। ନିଜକୁ ସୁନ୍ଦର ଦେଖାଇବା ଲାଗି ବେଣୀ ବାନ୍ଧନ୍ତୁ ନାହିଁ, ସୁନା, ରତ୍ନ ଓ ଦାମିକା ଲୁଗାର ବ୍ୟବହାର କରନ୍ତୁ ନାହିଁ।

Gade chapit la Kopi




୧ ତୀମଥି 2:9
20 Referans Kwoze  

ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।


କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।


ଆହୁରି ସଦାପ୍ରଭୁ କହିଲେ, “ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;


କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରିଅଛନ୍ତି।


ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍‍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।


ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ।


ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।


ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।


ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।


ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।


ତାହାହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପିନ୍ଧନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି।


ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।


ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।


Swiv nou:

Piblisite


Piblisite