Biblia Todo Logo
Bib sou entènèt

- Piblisite -




୧ ତୀମଥି 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ।

Gade chapit la Kopi

ଓଡିଆ ବାଇବେଲ

15 ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ମୁଁ ଉଲ୍ଲେଖ କରିଥିବା ସମସ୍ତ କର୍ତ୍ତବ୍ୟ ଆନ୍ତରିକତା ସହିତ ପାଳନ କରିବାକୁ ଅଭ୍ୟାସ କର - ଫଳରେ ତୁମ କାର୍ଯ୍ୟକଳାପର ଯଥାର୍ଥତା ପ୍ରତି ସତର୍କ ରୁହ।

Gade chapit la Kopi

ପବିତ୍ର ବାଇବଲ

15 ସେଗୁଡ଼ିକ କରୁଥାଅ। ଉକ୍ତ କାମଗୁଡ଼ିକୁ କରିବା ପାଇଁ ଜୀବନକୁ ଉତ୍ସର୍ଗ କର। ତହିଁରେ ସବୁ ଲୋକେ ଦେଖିବେ ଯେ, ତୁମ୍ଭ କାମରେ ଉନ୍ନତି ହେଉଛି ଓ ଗ୍ଭଲିଛି।

Gade chapit la Kopi




୧ ତୀମଥି 4:15
26 Referans Kwoze  

ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।


ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।


ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି।


କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।


ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।


ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ;


ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା।


ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।


ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି। ସୟିନ୍‍।


ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି।


ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ।


ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,


ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।


ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।


ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟା ଅଞ୍ଚଳର ପ୍ରଥମ ମନ-ପରିବର୍ତ୍ତନ କରିଥିବା ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;


ଅଧିପତିମାନେ ମଧ୍ୟ ବସି ମୋʼ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା।


ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।


ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।


ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।


କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ।


ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର।


ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।


ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।”


Swiv nou:

Piblisite


Piblisite