Biblia Todo Logo
Bib sou entènèt

- Piblisite -




୧ ତୀମଥି 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ତିରସ୍କାର କର ନାହିଁ, କିନ୍ତୁ ତାଙ୍କୁ ପିତୃତୁଲ୍ୟ ଜ୍ଞାନ କରି ବିନୟ କର; ଯୁବକମାନଙ୍କୁ ଭ୍ରାତୃତୁଲ୍ୟ,

Gade chapit la Kopi

ଓଡିଆ ବାଇବେଲ

1 ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ବୟୋଜ୍ୟେଷ୍ଠମାନଙ୍କୁ ପିତୃତୁଲ୍ୟ ମନେ କର। ସେମାନଙ୍କୁ ଭର୍ତ୍ସନା ନ କରି ନମ୍ର ଭାବରେ ଅନୁଯୋଗ କର। କନିଷ୍ଠମାନଙ୍କ ପ୍ରତି ଭ୍ରାତୃସୁଲଭ ବ୍ୟବହାର କର।

Gade chapit la Kopi

ପବିତ୍ର ବାଇବଲ

1 ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର।

Gade chapit la Kopi




୧ ତୀମଥି 5:1
26 Referans Kwoze  

ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।


ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ,


ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।


ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;


କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ।


ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।


ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।


ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।


ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।


ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।


ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।


ମୁଁ ଯେ ପ୍ରାଚୀନ, ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।


ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।


କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।


ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।


ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ।


ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”


ବୃଦ୍ଧା ସ୍ତ୍ରୀମାନଙ୍କୁ ମାଆ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର।


Swiv nou:

Piblisite


Piblisite