Biblia Todo Logo
Bib sou entènèt

- Piblisite -




୧ ତୀମଥି 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ ଯେବେ କୌଣସି ବିଧବାର ପୁତ୍ରକନ୍ୟା ବା ପୌତ୍ରପୌତ୍ରୀ ଥାଆନ୍ତି, ତେବେ ସେମାନେ ପ୍ରଥମରେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ପ୍ରତ୍ୟୁପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ଵରଙ୍କ ଦୃଷ୍ଟିରେ ସୁଗ୍ରାହ୍ୟ ଅଟେ।

Gade chapit la Kopi

ଓଡିଆ ବାଇବେଲ

4 କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ୱରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଯଦି କୌଣସି ବିଧବାର ପୁତ୍ର ପୌତ୍ରାଦି ଅଛନ୍ତି, ସେମାନେ ପ୍ରଥମେ ନିଜ ପରିବାରରେ ପିତାମାତା, ପିତାମହ ବା ମାତାମହୀଙ୍କ ପ୍ରତି ଧର୍ମତଃ ନିଜର କର୍ତ୍ତବ୍ୟ ପାଳନ କରି ଈଶ୍ୱରଙ୍କ ସନ୍ତୋଷଭାଜନ ହୁଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସେମାନେ ପ୍ରଥମରେ ନିଜ ପରିବାର ପ୍ରତି ସମ୍ମାନଭାବ ଦେଖାଇବା ଉଚିତ୍। ସେମାନେ ତାଙ୍କର ପିତାମାତାଙ୍କୁ ସାହାଯ୍ୟ କରିବା ଉଚିତ୍। ଏପରି କରିବା ଦ୍ୱାରା ସେମାନେ ନିଜର ପିତାମାତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥା’ନ୍ତି। ତାହା ପରମେଶ୍ୱରଙ୍କୁ ପ୍ରସନ୍ନ କରେ।

Gade chapit la Kopi




୧ ତୀମଥି 5:4
18 Referans Kwoze  

ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟଦ୍ରବ୍ୟ ଦେଇ ପ୍ରତିପାଳନ କଲେ।


ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;


ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ।


ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;


ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ବଳକା ରଖିଥିଲା ତାହା ମଧ୍ୟ ବାହାର କରି ତାହାକୁ ଦେଲା।


ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, “ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡ଼ିକ ସାଉଣ୍ଟିବି,” ତହିଁରେ ସେ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଯାଅ।”


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା, ସଦାପ୍ରଭୁ କହନ୍ତି, ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”


ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ ସ୍ଥାନରେ କେହି ରହିବେ ନାହିଁ।


ଆଉ ତାହାର ଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ।


ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।


ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ, ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରିପାରେ।


ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।


Swiv nou:

Piblisite


Piblisite