Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହିପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ମୁଁ ଆଶା କରୁଛି, ବର୍ତ୍ତମାନ ଯାହା ଆଂଶିକଭାବେ ବୁଝୁଛ, ତାହା ଯଥା ସମୟରେ ପ୍ରଭୁ ଯୀଶୁଙ୍କୁ ପୁନରାଗମନ ଦିନରେ ସମ୍ପୂର୍ଣ୍ଣରୁପେ ବୁଝି ପାରିବ। ତାହାହେଲେ, ତୁମ୍ଭମାନେ ଆମ ପାଇଁ ଗର୍ବ ଅନୁଭବ କରିବ ଓ ଆମେ ମଧ୍ୟ ତୁମ ପାଇଁ ଗର୍ବ କରିବୁ।

Gade chapit la Kopi

ପବିତ୍ର ବାଇବଲ

14 ଯେପରିକି ତୁମ୍ଭେମାନେ ଆମ୍ଭ ବିଷୟରେ କିଛି କଥା ଆଗରୁ ବୁଝି ସାରିଛ, ସେଥିପାଇଁ ଆମ୍ଭେ ଆଶା କରୁ ଯେ, ତୁମ୍ଭେମାନେ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବରେ ବୁଝି ପାରିବ। ତୁମ୍ଭେମାନେ ଏ କଥା ବୁଝି ପାରିବ ଯେ, ଯେପରି ବର୍ତ୍ତମାନ ତୁମ୍ଭେ ଆମ୍ଭ ପାଇଁ ଗର୍ବ କରୁଛ, ସେହିପରି ଆମ୍ଭ ପ୍ରଭୁ ଯୀଶୁ ଆସିବା ଦିନ, ଆମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଗର୍ବ କରି ପାରିବୁ।

Gade chapit la Kopi




୨ କରିନ୍ଥୀୟ 1:14
16 Referans Kwoze  

ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।


ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।


ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।


ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,


ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।


କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;


ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ।


କିନ୍ତୁ ଯଦି କେହି ଦୁଃଖ ଦେଇଅଛି, ସେ ମୋତେ ଦୁଃଖ ଦେଇ ନାହିଁ, ମାତ୍ର କେତେକ ପରିମାଣରେ (ମୁଁ ଅଧିକ କଠିନ ହେବାକୁ ଇଚ୍ଛା କରୁ ନାହିଁ) ତୁମ୍ଭ ସମସ୍ତଙ୍କୁ ଦୁଃଖ ଦେଇଅଛି।


କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୁଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି।


କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି।


ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ।


କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟାର ବିଶ୍ୱାସୀମାନେ ଗତ ବର୍ଷରୁ ପ୍ରସ୍ତୁତ ହେଲେଣି, ପୁଣି, ତୁମ୍ଭମାନଙ୍କ ଉଦ୍‌ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି।


Swiv nou:

Piblisite


Piblisite