Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯେଣୁ ଈଶ୍ବରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍‍ କହିଥାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଯେଣୁ ଈଶ୍ଵରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ଵାରା ଈଶ୍ଵରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ।

Gade chapit la Kopi

ଓଡିଆ ବାଇବେଲ

20 ଯେଣୁ ଈଶ୍ୱରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ୱରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍‍ କହିଥାଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଈଶ୍ୱରଙ୍କ ସମସ୍ତ ପ୍ରତିଶ୍ରୁତି ତାଙ୍କଠାରେ ସଫଳ ହୋଇଛି। ସେଥପାଇଁ ଯୀଶୁ ଖ୍ରୀଶ୍ଟଙ୍କ ହେତୁ ଆମର “ଆମେନ୍” ଈଶ୍ୱରଙ୍କ ଗୌରବ ନିମନ୍ତେ ଉଦ୍ଦିଷ୍ଟ।

Gade chapit la Kopi

ପବିତ୍ର ବାଇବଲ

20 କାରଣ ପରମେଶ୍ୱର ଯେଉଁ ସମସ୍ତ ପ୍ରତିଜ୍ଞା କରିଛନ୍ତି, ସେ ଖ୍ରୀଷ୍ଟଙ୍କଠାରେ ସେ ସବୁଗଡ଼ିକ “ହଁ” ହୋଇଛି। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ମହିମା ନିମନ୍ତେ ଖ୍ରୀଷ୍ଟଙ୍କ ନାମରେ “ଆମେନ୍” ବୋଲି କହିଥାଉ।

Gade chapit la Kopi




୨ କରିନ୍ଥୀୟ 1:20
41 Referans Kwoze  

ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।


କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି।


“ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ବରଙ୍କର, ଆମେନ୍‍।”


ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।


“ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।”


“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,


ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।


କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।


ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।


ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।


କିନ୍ତୁ ମଲ୍‍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।


ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


ନତୁବା ତୁମ୍ଭେ ଯଦି ଆତ୍ମା ଦ୍ୱାରା ଧନ୍ୟବାଦ ଦିଅ, ତେବେ ସାଧାରଣ ଲୋକ ତୁମ୍ଭ କଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ୟବାଦରେ ଆମେନ୍‍ କହିବ?


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


କାରଣ ସଦାପ୍ରଭୁ ସିୟୋନକୁ ପୁନଃନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;


ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।


ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।


ଯୀଶୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ।


କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।


ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍‍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।”


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”


Swiv nou:

Piblisite


Piblisite