Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ଵନାଦାତା ଈଶ୍ଵର;

Gade chapit la Kopi

ଓଡିଆ ବାଇବେଲ

3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ୱର;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଆସନ୍ତୁ, ଆମ୍ଭମାନେଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା, କରୁଣାସାଗର ଓ ସମସ୍ତ ସାହାଯ୍ୟରେ ଉତ୍ସ, ଈଶ୍ୱରଙ୍କୁ କୃତଜ୍ଞତା ଜଣାଇବା।

Gade chapit la Kopi

ପବିତ୍ର ବାଇବଲ

3 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣାରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟରେ ସାନ୍ତ୍ୱନାଦାତା ପରମେଶ୍ୱର।

Gade chapit la Kopi




୨ କରିନ୍ଥୀୟ 1:3
26 Referans Kwoze  

ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।


ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।


ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।


ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;


ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ବରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।


ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ


ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକି ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।


ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।


ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ବର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ।


ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।


ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।


ଯେଶୂୟ ଓ କଦ୍‍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।


ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ।


ମୁଁ ଓ ପିତା ଏକ।


ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।


ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’”


ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”


ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।


ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି। ପରମେଶ୍ୱର ଧନ୍ୟ ହେଉନ୍ତୁ।


ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ।


ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ବର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,


ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ।


Swiv nou:

Piblisite


Piblisite