Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ; କିମ୍ବା ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ୱନା କାର୍ଯ୍ୟ ସାଧନ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ଵନା ଓ ପରିତ୍ରାଣ ନିମନ୍ତେ; କିମ୍ଵା ଆମ୍ଭେମାନେ ସାନ୍ତ୍ଵନା ପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ଵନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ଵନା କାର୍ଯ୍ୟ ସାଧନ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

6 କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ; କିମ୍ବା ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ୱନା କାର୍ଯ୍ୟ ସାଧନ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଆମେ ଯଦି କ୍ଳେଶ ଭୋଗ କରୁ, ତାହା ତୁମ୍ଭମାନଙ୍କର ଉପକାର ଓ ପରିତ୍ରାଣ ନିମନ୍ତେ। ଆମେ ସାନ୍ତ୍ୱନା ପାଇଲେ, ତୁମେ ମଧ୍ୟ ସେହିପାରି ଧୈର୍ଯ୍ୟ ସହକାରେ କ୍ଳେଶ ଭୋଗ କରିବା ପାଇଁ ସାନ୍ତ୍ୱନା ଓ ଶକ୍ତି ପାଇବା।

Gade chapit la Kopi

ପବିତ୍ର ବାଇବଲ

6 ଯଦି ଆମ୍ଭେ କଷ୍ଟରେ ରହିଛୁ, ସେଗୁଡ଼ିକ ତୁମ୍ଭମାନଙ୍କ ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ ଉଦ୍ଧିଷ୍ଟ। ଯଦି ଆମ୍ଭେ ସାନ୍ତ୍ୱନା ପାଇଛୁ, ତାହା ତୁମ୍ଭମାନଙ୍କର ପାଇଁ ଅଟେ। ଆମ୍ଭେମାନେ ଯେଉଁ ଯାତନା ସହୁ, ସେହି ଯାତନା ଧୈର୍ଯ୍ୟ ପୂର୍ବକ ସହିବା ପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତି।

Gade chapit la Kopi




୨ କରିନ୍ଥୀୟ 1:6
13 Referans Kwoze  

ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।


ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।


କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,


ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ।


ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ବର, ସେ ଆମ୍ଭମାନଙ୍କୁ ବଇନା ସ୍ୱରୂପେ ପବିତ୍ର ଆତ୍ମା ମଧ୍ୟ ଦାନ କରିଅଛନ୍ତି।


ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି। ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲି କଅଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି?


ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,


ଏଥିନିମନ୍ତେ ମୁଁ ପାଉଲ, ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ


Swiv nou:

Piblisite


Piblisite