Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ, ହେ ଭାଇମାନେ, ଏସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ, ହେ ଭାଇମାନେ, ଆସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ଵନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;

Gade chapit la Kopi

ଓଡିଆ ବାଇବେଲ

8 କାରଣ, ହେ ଭାଇମାନେ, ଆସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଭାଇମାନେ, ଆମେ ଏସିଆ ପ୍ରଦେଶରେ ଭୋଗିଥିବା ନିର୍ଯ୍ୟତନା ବିଷୟ ତମାନଙ୍କୁ ଜଣାଇବାକୁ ଚାହୁଁଛୁ। ସେହି ନିର୍ଯ୍ୟତନା ଅସହ୍ୟ ହୋଇ ପଡ଼ିବାରୁ ଆମେ ଜୀବନର ଆଶା ଛାଡ଼ି ଦେଇଥିଲୁ ଚାହିଁଛୁ। ସେହି ନିର୍ଯ୍ୟତନା ଅସହ୍ୟ ହୋଇ ପଡ଼ିବାରୁ ଆମେ ଜୀବନର ଆଶା ଛାଡ଼ି ଦେଇଥିଲୁ।

Gade chapit la Kopi

ପବିତ୍ର ବାଇବଲ

8 ଭାଇ ଓ ଭଉଣୀମାନେ! ଏସିଆ ଦେଶରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଗ୍ଭହୁଁ ଯେପରି ସେହି ବିଷୟରେ ତୁମ୍ଭେମାନେ ମଧ୍ୟ ଜାଣ। ଆମ୍ଭେମାନେ ଭାରାକ୍ରାନ୍ତ ହୋଇ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭେମାନେ ଜୀବନର ସମସ୍ତ ଆଶା ହରାଇଥିଲୁ। ସେହି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା।

Gade chapit la Kopi




୨ କରିନ୍ଥୀୟ 1:8
13 Referans Kwoze  

ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ-ପଶୁମାନଙ୍କ ସଦୃଶ ଲୋକମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କଅଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”


ଇତିମଧ୍ୟରେ ତୁମ୍ଭେମାନେ କଅଣ ପରିତୃପ୍ତ ହୋଇଗଲଣି? ଇତିମଧ୍ୟରେ ତୁମ୍ଭେମାନେ କଅଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିପାରିଥାଆନ୍ତୁ।


କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।


ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, “ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।”


ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, “ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହାହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।”


ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସୋପଟାମିଆ, ଯିହୂଦିୟା ପ୍ରଦେଶ, କାପ୍ପାଦକିଆ, ପନ୍ତ ଓ ଏସିଆ,


ସେମାନେ ଏସିଆ ଦେଶରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,


ହେ ଭାଇମାନେ, ଅବଶିଷ୍ଟ ଅଣଯିହୁଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।


ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ବର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;


ଅପରିଚିତ ତୁଲ୍ୟ, ଅଥବା ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥବା ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ,


ଏହା କହି ସେ ସଭାସ୍ଥ ସମସ୍ତଙ୍କୁ ବିଦାୟ ଦେଲେ।


Swiv nou:

Piblisite


Piblisite