Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ବର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ଵର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;

Gade chapit la Kopi

ଓଡିଆ ବାଇବେଲ

9 ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ୱର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଆମକୁ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଛି ବୋଲଇ ଭାବିଥଲୁ। କିନ୍ତୁ ନିଜ ଉପରେ ନିର୍ଭର ନ କରି ମୃତକୁ ଜୀବନ ଦେଇଥିବା ଈଶ୍ୱରଙ୍କ ଉପରେ ନିର୍ଭର ରଖିବା ପାଇଁ ଏସବୁ ଘଟିଥିଲା।

Gade chapit la Kopi

ପବିତ୍ର ବାଇବଲ

9 ଆମ୍ଭେ ଅନୁଭବ କରୁଥିଲୁ ଯେ, ଆମ୍ଭେ ମରିଯିବୁ। ଏପରି ଘଟିବାର କାରଣ ହେଲା ଯେ, ଆମ୍ଭେ ନିଜ ଉପରେ ଭରସା ନ ରଖି ମାତ୍ର ଯେ ଲୋକମାନଙ୍କୁ ମୃତ୍ୟୁରୁ ଉ‌‌ତ୍‌‌ଥିତ କରନ୍ତି ସେହି ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖିବା ଉଚିତ୍।

Gade chapit la Kopi




୨ କରିନ୍ଥୀୟ 1:9
20 Referans Kwoze  

ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ବରଙ୍କଠାରୁ;


କାରଣ ଈଶ୍ବର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାହାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ।


ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;


ତେବେ ତୁମ୍ଭ ଦକ୍ଷିଣ ହସ୍ତ ଯେ ତୁମ୍ଭକୁ ଉଦ୍ଧାର କରିପାରେ, ଆମ୍ଭେ ହିଁ ତୁମ୍ଭ ବିଷୟରେ ଏହା ସ୍ୱୀକାର କରିବା।


ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,


ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।


ସେ ଅବଶ୍ୟ ବଞ୍ଚିବ, ଏହି କଥା ଆମ୍ଭେ ଧାର୍ମିକକୁ କହିଲେ, ସେ ଯଦି ଆପଣା ଧର୍ମରେ ନିର୍ଭର ରଖି ଅଧର୍ମ କରେ, ତେବେ ତାହାର କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ, ମାତ୍ର ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ସେ ମରିବ।


ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।


ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।


ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି।


ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”


କାରଣ, ହେ ଭାଇମାନେ, ଏସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;


ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;


Swiv nou:

Piblisite


Piblisite