Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମୋʼ ଠାରେ ଥିବା ଖ୍ରୀଷ୍ଟଙ୍କ ସତ୍ୟକୁ ସାକ୍ଷୀ ମାନି ମୁଁ କହୁଅଛି ଯେ, ଆଖାୟାର ଅଞ୍ଚଳସମୂହରେ ମୋହର ଏହି ଦର୍ପ କେହି ଖଣ୍ଡନ କରିବ ନାହିଁ, କାହିଁକି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମୋʼଠାରେ ଥିବା ଖ୍ରୀଷ୍ଟଙ୍କ ସତ୍ୟକୁ ସାକ୍ଷୀ ମାନି ମୁଁ କହୁଅଛି ଯେ, ଆଖାୟାର ଅଞ୍ଚଳସମୂହରେ ମୋହର ଏହି ଦର୍ପ କେହି ଖଣ୍ତନ କରିବ ନାହିଁ। କାହିଁକି?

Gade chapit la Kopi

ଓଡିଆ ବାଇବେଲ

10 ମୋ'ଠାରେ ଥିବା ଖ୍ରୀଷ୍ଟଙ୍କ ସତ୍ୟକୁ ସାକ୍ଷୀ ମାନି ମୁଁ କହୁଅଛି ଯେ, ଆଖାୟାର ଅଞ୍ଚଳସମୂହରେ ମୋହର ଏହି ଦର୍ପ କେହିି ଖଣ୍ଡନ କରିବ ନାହିଁ କାହିଁକି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ମୋ’ ଅନ୍ତରରେ ଥିବା ଖ୍ରୀଷ୍ଟଙ୍କ ସତ୍ୟର ଦୁହାଇ ଦେଇ ମୁଁ ପ୍ରତିଜ୍ଞା କରି କହୁଛି ଯେ, ଆଖାୟା ଦେଶର କୌଣସି ଅଞ୍ଚଳରେ ମୋର ଏହି ଦର୍ପକୁ କେହି ଖଣ୍ଡନ କରି ପାରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 ମୁଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଇ ସତ୍ୟକହୁଛି, ସେହି ବିଷୟରେ ଗର୍ବ ପୂର୍ବକ କହିବା ପାଇଁ ମୋତେ ସମଗ୍ର ଆଖାୟାରେ କେହି ଅଟକାଇ ପାରିବ ନାହିଁ।

Gade chapit la Kopi




୨ କରିନ୍ଥୀୟ 11:10
21 Referans Kwoze  

ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,


କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ବରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇପାରେ,


କିନ୍ତୁ ଗାଲ୍ଲିୟୋନ୍ ଆଖାୟା ଅଞ୍ଚଳର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,


କିନ୍ତୁ ମୁଁ ଈଶ୍ବରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥ ସହରକୁ ପୁନର୍ବାର ଯାଇ ନାହିଁ।


ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।


ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ବର ମଧ୍ୟ ସାକ୍ଷୀ।


ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ବର ଏଥିର ସାକ୍ଷୀ।


ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ବରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ


ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ। ଈଶ୍ବରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ। କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ।


ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ବର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ।


କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି।


ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟର ପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କ ବିଶ୍ୱାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣ ଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ୱାରା ଯେପରି ଅଧିକରୁ ଅଧିକତର ବିସ୍ତାରିତ ହେବ,


କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟାର ବିଶ୍ୱାସୀମାନେ ଗତ ବର୍ଷରୁ ପ୍ରସ୍ତୁତ ହେଲେଣି, ପୁଣି, ତୁମ୍ଭମାନଙ୍କ ଉଦ୍‌ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି।


ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର;


ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟା ଅଞ୍ଚଳର ପ୍ରଥମ ମନ-ପରିବର୍ତ୍ତନ କରିଥିବା ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;


ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଏସିଆର ପ୍ରଥମ ଫଳ ସ୍ୱରୂପ ଅଟନ୍ତି।


ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ। ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଈଶ୍ବରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ,


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।


Swiv nou:

Piblisite


Piblisite