Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କାରଣ ଏହିପରି ଲୋକେ ଭଣ୍ତ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସେମାନେ ପ୍ରକୃତ ଶିଷ୍ୟ ନୁହଁନ୍ତି, ସେମାନେ ସମସ୍ତେ ଶଠ। ସେମାନେ ନିଚ କାର୍ଯ୍ୟ ବିଷୟରେ ମିଥ୍ୟା କହନ୍ତି ଏବଂ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପରି ଦେଖାଯିବା ନିମନ୍ତେ ଛଦ୍ମବେଶ ପରିଧାନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

13 ସେମାନେ ସବୁବେଳେ ଦେଖାଇବାକୁ ଚେଷ୍ଟା କରନ୍ତି ଯେ, ଯେଉଁ କାରଣ ପାଇଁ ଆମ୍ଭେ ଗର୍ବ କରୁଛୁ, ସେମାନେ ମଧ୍ୟ ସେଥିପାଇଁ ଗର୍ବ କରନ୍ତି। ସେମାନେ ଭଣ୍ଡ ପ୍ରେରିତ। ସେମାନେ ପ୍ରତାରକ। ଲୋକେ ଯେପରି ସେମାନଙ୍କୁ ଖ୍ରୀଷ୍ଟଙ୍କର ପ୍ରେରିତ ବୋଲି ଭାବିବେ, ଏଥିପାଇଁ ସେମାନେ ନିଜର ବେଶ ବଦଳାଇଥା’ନ୍ତି।

Gade chapit la Kopi




୨ କରିନ୍ଥୀୟ 11:13
36 Referans Kwoze  

ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରୀକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,


କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;


ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।


ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;


ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।


ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;


କେହି ଯେପରି ତୁମ୍ଭମାନଙ୍କୁ ବାକ୍‍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି।


ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,


ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ।


ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋହର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।


ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।


ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।


ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି।


ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ।


ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;


ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍‍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଂ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍‍ଯୋଗୀ ହୁଅ, ଏଥିନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋʼଠାରୁ ପୃଥକ୍ କରିବାକୁ ଇଚ୍ଛା କରୁଅଛନ୍ତି।


ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।


କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।


ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।


ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।


ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;


Swiv nou:

Piblisite


Piblisite