Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ।

Gade chapit la Kopi

ଓଡିଆ ବାଇବେଲ

15 ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତେଣୁ ତା’ର ଅନୁଚରମାନେ ଧାର୍ମିକ ସେବକର ଉଦ୍ମବେଶ ଧାରଣ କଲେ, ଆଶ୍ଚର୍ଯ୍ୟ ହେବାର କିଛି ନାହିଁ, କିନ୍ତୁ ଶେଷରେ ସେମାନଙ୍କ କାର୍ଯ୍ୟକଳାପର ଯୋଗ୍ୟ ଦଣ୍ଡ ସେମାନେ ଭୋଗିବେ।

Gade chapit la Kopi

ପବିତ୍ର ବାଇବଲ

15 ଅତଏବ, ତା'ର ସେବକମାନେ ଯଦି ଧାର୍ମିକତାର ସେବକରୂପ ଧାରଣ କରନ୍ତି, ଏହା କ’ଣ ଆଶ୍ଚର୍ଯ୍ୟର କଥା? କିନ୍ତୁ ଶେଷରେ ସେମାନେ ତାଙ୍କ କର୍ମ ପାଇଁ ଅବଶ୍ୟ ଦଣ୍ଡ ପାଇବେ।

Gade chapit la Kopi




୨ କରିନ୍ଥୀୟ 11:15
30 Referans Kwoze  

ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।


ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍‍ ଭାଷାରେ ଅପଲ୍ଲିୟୋନ୍।


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।


କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ।


ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ?


ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।


ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା।


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;


ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;


କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।


ଯଦି ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପାରମାର୍ଥିକ ବୀଜ ବୁଣିଅଛୁ, ତେବେ ତୁମ୍ଭମାନଙ୍କର ଐହିକ ଶସ୍ୟ ଛେଦନ କଲେ କଅଣ ଗୁରୁତର ବିଷୟ?


ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’”


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ଏଥିରେ ତାହାର ଦାସମାନେ ନାମାନ୍‍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍‍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”


ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ;


ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ଡ ଯଥାର୍ଥ।


Swiv nou:

Piblisite


Piblisite