Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ବର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ଵର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

31 ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ୱର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଈଶ୍ୱରଙ୍କ ନାମ ଚିରକାଳ ଧନ୍ୟ ହେଉ। ସେ ଜାଣନ୍ତି ଯେ, ମୁଁ ମିଥ୍ୟା କହୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

31 ପରମେଶ୍ୱର ଜାଣନ୍ତି ଯେ, ମୁଁ ମିଥ୍ୟା କହୁ ନାହିଁ। ସେ ହେଉଛନ୍ତି ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା।

Gade chapit la Kopi




୨ କରିନ୍ଥୀୟ 11:31
22 Referans Kwoze  

ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


ପିତୃ-ପୁରୁଷମାନେ ସେମାନଙ୍କର, ଆଉ ଶାରୀରିକ-ଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ବର ଯୁଗେ ଯୁଗେ ଧନ୍ୟ, ଆମେନ୍‍।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର;


ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ବରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର।


କାରଣ ସେମାନେ ଈଶ୍ବରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ। ଆମେନ୍‍।


ମୁଁ ଓ ପିତା ଏକ।


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍‍।


ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।


ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।


ଏଥିନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,


ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ବର ଜାଣନ୍ତି।


କିନ୍ତୁ ମୁଁ ଈଶ୍ବରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥ ସହରକୁ ପୁନର୍ବାର ଯାଇ ନାହିଁ।


ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,


କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ବରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇପାରେ,


ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’”


ଯେଶୂୟ ଓ କଦ୍‍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।


ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ବର ଏଥିର ସାକ୍ଷୀ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍‍, ଆମେନ୍‍।


ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ବରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ


Swiv nou:

Piblisite


Piblisite