Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ଅପଟୁ, ତଥାପି ମୁଁ ଜ୍ଞାନରେ ଅପଟୁ ନୁହେଁ; ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ।

Gade chapit la Kopi

ଓଡିଆ ବାଇବେଲ

6 କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ମୁଁ ସେମାନଙ୍କ ପରି ବାକ୍ପଟୁ ହୋଇ ନ ପାରେ , କିନ୍ତୁ ଜ୍ଞାନରେ ନିକୃଷ୍ଟ ନୁହେଁ। ତୁମମାନଙ୍କୁ ଏ କଥା ଆମେ ସବୁବେଳେ ଓ ସବୁ ପରିସ୍ଥିତିରେ କହି ଆସିଛୁ।

Gade chapit la Kopi

ପବିତ୍ର ବାଇବଲ

6 ଏହା ସତ୍ୟ ଯେ ମୁଁ ପ୍ରଶିକ୍ଷିତ ବକ୍ତା ନୁହେଁ, କିନ୍ତୁ ମୋର ଜ୍ଞାନ ଅଛି। ଆମ୍ଭେ ଏହି କଥାଟିକୁ ତୁମ୍ଭମାନଙ୍କୁ ସବୁ ପ୍ରକାରେ ସ୍ପଷ୍ଟ ଭାବରେ ଦେଖାଇ ଦେଇଛୁ।

Gade chapit la Kopi




୨ କରିନ୍ଥୀୟ 11:6
13 Referans Kwoze  

ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋହର ଜ୍ଞାନର ପରିଚୟ ପାଇ ପାର;


ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ।


କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କରିନାହାଁନ୍ତି, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କରିଅଛନ୍ତି; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ କ୍ରୁଶରେ ଖ୍ରୀଷ୍ଟଙ୍କ ମୃତ୍ୟୁ ବ୍ୟର୍ଥ ହୁଏ।


କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ।


ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହିସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି।


କାରଣ କେତେକେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ।


ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।


ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ।


ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ।


କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,


ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ନିଷ୍କପଟ ପ୍ରେମରେ,


Swiv nou:

Piblisite


Piblisite