Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 12:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ଵରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନ ସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।

Gade chapit la Kopi

ଓଡିଆ ବାଇବେଲ

14 ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି । ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ ନୁହେଁ,ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତୃତୀୟ ଥର ପାଇଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ମୁଁ ପ୍ରଦ୍ତୁତ ହେଉଅଛି। ମୁଁ ପ୍ରସ୍ତୁତ ହେଉଅଛି। ମୁଁ ତୁମଠାରୁ କୌଣସି ବଷୟ ଦାବୀ କରିବି ନାହିଁ। ମୁଁ ତୁମ୍ଭମାନଙ୍କୁ ଚାହେଁ। ତୁମ୍ଭମାନଙ୍କର ଧନ ସମ୍ପତ୍ତି ନୁହେଁ। କାରଣ ପିତାମାତାଙ୍କ ନିମନ୍ତେ ସନ୍ତାନସନ୍ତତି ସଞ୍ଚୟ କରଥାନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଯିବା ପାଇଁ ପ୍ରସ୍ତୁତ। ଓ ମୁଁ ତୁମ୍ଭମାନଙ୍କ ପାଇଁ ଭାରସ୍ୱରୂପ ହେବି ନାହିଁ। ତୁମ୍ଭମାନଙ୍କର ଥିବା ସମ୍ପତ୍ତିରୁ ମୁଁ କିଛି ଇଚ୍ଛା କରେ ନାହିଁ। ପ୍ରତିବଦଳରେ ମୁଁ ତୁମ୍ଭମାନଙ୍କୁ ଗ୍ଭହେଁ। ସନ୍ତାନମାନଙ୍କର ନିଜ ପିତାମାତା ଲାଗି କୌଣସି ସଞ୍ଚୟର ଆବଶ୍ୟକତା ନ ଥାଏ, କିନ୍ତୁ ସନ୍ତାନମାନଙ୍କ ଲାଗି ପିତାମାତା ସଞ୍ଚୟ କରନ୍ତି।

Gade chapit la Kopi




୨ କରିନ୍ଥୀୟ 12:14
28 Referans Kwoze  

ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।


ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ।


କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ।


ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ?


ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,


ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ,


ମୁଁ କାହାରି ରୂପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।


ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ।


ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।


ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।


କିନ୍ତୁ ମୁଁ ମାକିଦନିଆ ଅଞ୍ଚଳ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,


ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ଡ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି।


କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଆସିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି!


ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।


ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କଅଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ।


ତେବେ ମୋହର ପୁରସ୍କାର କଅଣ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ପ୍ରଚାର କରେ।


କାରଣ ଯେପରି ମୁଁ ଅଧିକ ସଂଖ୍ୟକ ଲୋକ ଲାଭ କରିପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି।


କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।


କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀ-ସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର।


ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।


Swiv nou:

Piblisite


Piblisite