Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 12:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି, ପୁଣି, ତାହାଙ୍କ ସହିତ ସେହି ଭାଇଙ୍କୁ ପଠାଇଥିଲି। ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି? ଆମ୍ଭେମାନେ କଅଣ ଏକ ଆତ୍ମାରେ ଆଚରଣ କରି ନାହୁଁ? ଆମ୍ଭେମାନେ କଅଣ ଏକ ପଦଚିହ୍ନରେ ଗମନ କରି ନାହୁଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି, ପୁଣି ତାଙ୍କ ସହିତ ସେହି ଭାଇଙ୍କି ପଠାଇଥିଲି। ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି? ଆମ୍ଭେମାନେ କଅଣ ଏକ ଆତ୍ମାରେ ଆଚରଣ କରି ନାହୁଁ? ଆମ୍ଭେମାନେ କଅଣ ଏକ ପଦଚିହ୍ନରେ ଗମନ କରି ନାହୁଁ?

Gade chapit la Kopi

ଓଡିଆ ବାଇବେଲ

18 ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି,ପୁଣି, ତାଙ୍କ ସହିତ ସେହି ଭାଇଙ୍କି ପଠାଇଥିଲି । ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି ? ଆମ୍ଭେମାନେ କ'ଣ ଏକ ଆତ୍ମାରେ ଆଚରଣ କରି ନାହୁଁ ? ଆମ୍ଭେମାନେ କ'ଣ ଏକ ପଦଚିହ୍ନରେ ଗମନ କରି ନାହୁଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତୀତସଙ୍କୁ ଅନୁରୋଧ କଲି ଓ ତାଙ୍କ ସହିତ ଅନ୍ୟମାନଙ୍କୁ ପଠାଇଲଇ। ତୀତସ ତୁମ୍ଭମାନଙ୍କଠାରୁ କିଛି ସୁବିଧା ହାସଲ କରିଛନ୍ତି ବୋଲି କେହି କହି ପାରବ? ସେ ସହିତ ସମବ୍ୟବହାର କରି ନାହୁଁ?

Gade chapit la Kopi

ପବିତ୍ର ବାଇବଲ

18 ମୁଁ ତୀତସଙ୍କୁ ଓ ଆମର ଜଣେ ଭାଇଙ୍କୁ ତାହାଙ୍କ ସହିତ ପଠାଇଥିଲି। ତୀତସ କ’ଣ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଥିଲେ କି? ନା! ତୁମ୍ଭେମାନେ ଜାଣ ଯେ ତୀତସ ଓ ମୁଁ ଦୁହେଁ ତୁମ୍ଭମାନଙ୍କ ପାଇଁ ସମାନ ଭାବରେ ଓ ସମାନ ଉତ୍ସାହରେ କାମ କରିଛୁ। ସେହି ପବିତ୍ରଆତ୍ମାର ପ୍ରେରଣରେ ଆମ୍ଭେ ଦୁହେଁ କାମ କରିଥିଲୁ।

Gade chapit la Kopi




୨ କରିନ୍ଥୀୟ 12:18
13 Referans Kwoze  

ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥିନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ।


ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇପାରନ୍ତି, ଅର୍ଥାତ୍‍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ।


ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;


ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ବର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,


ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ।


ଆହୁରି, ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତ ଥିବା ସମୟଠାରୁ, ଅର୍ଥାତ୍‍, ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏ ବର୍ଷଠାରୁ ବତିଶ ବର୍ଷ ପର୍ଯ୍ୟନ୍ତ ବାର ବର୍ଷ, ମୁଁ ଓ ମୋʼ ଭ୍ରାତୃଗଣ ଦେଶାଧ୍ୟକ୍ଷର ଖାଦ୍ୟ ଭୋଗ କଲୁ ନାହିଁ।


ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”


ତୁମ୍ଭମାନଙ୍କର ଇଚ୍ଛା କଅଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଆସିବି ନା ପ୍ରେମ ଓ ମୃଦୁତାର ଆତ୍ମା ଘେନି ଆସିବି?


Swiv nou:

Piblisite


Piblisite