Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 12:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୁଁ ଖ୍ରୀଷ୍ଟାଶ୍ରିତ ଜଣେ ଲୋକକୁ ଜାଣେ, ସେ ଚଉଦ ବର୍ଷ ପୂର୍ବେ ତୃତୀୟ ସ୍ୱର୍ଗ ପର୍ଯ୍ୟନ୍ତ ନୀତ ହେଲା, (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ବର ଜାଣନ୍ତି)।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ଖ୍ରୀଷ୍ଟାଶ୍ରିତ ଜଣେ ଲୋକକୁ ଜାଣେ, ସେ ଚଉଦ ବର୍ଷ ପୂର୍ବେ ତୃତୀୟ ସ୍ଵର୍ଗ ପର୍ଯ୍ୟନ୍ତ ନୀତ ହେଲା, (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ଵର ଜାଣନ୍ତି)।

Gade chapit la Kopi

ଓଡିଆ ବାଇବେଲ

2 ମୁଁ ଖ୍ରୀଷ୍ଟାଶ୍ରିତ ଜଣେ ଲୋକକୁ ଜାଣେ, ସେ ଚଉଦବର୍ଷ ପୂର୍ବେ ତୃତୀୟ ସ୍ୱର୍ଗ ପର୍ଯ୍ୟନ୍ତ ନୀତ ହେଲା, (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ୱର ଜାଣନ୍ତି) ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଖ୍ରୀଷ୍ଟାଶ୍ରିତ ଜଣେ ବ୍ୟକ୍ତି ଚଉଦ ବର୍ଷ ତଳେ ତୃତୀୟ ସ୍ୱର୍ଗକୁ ଯାଇଥିଲେ (ସେ ସୁଶରୀରରେ ଯାଇଥିଲେ କିମ୍ବା ସ୍ୱପ୍ନ ଦେଖିଥିଲେ, ମୁଁ ଜାଣେ ନାହିଁ, ତାହା କେବଳ ଈଶ୍ୱର ଜାଣନ୍ତି)।

Gade chapit la Kopi

ପବିତ୍ର ବାଇବଲ

2 ମୁଁ ଚଉଦ ବର୍ଷ ପୂର୍ବରୁ ଘଟି ଥିବା ଗୋଟିଏ ଘଟଣା କହୁଛି। ଜଣେ ଖ୍ରୀଷ୍ଟରେ ଥିବା ଲୋକକୁ ମୁଁ ଜାଣେ (ସ୍ୱଦେହରେ କି ଦେହରହିତ ହୋଇ, ତାହା ମୁଁ ଜାଣେ ନାହିଁ, ପରମେଶ୍ୱର ଜାଣନ୍ତି) ଯାହାଙ୍କୁ ତୃତୀୟ ସ୍ୱର୍ଗକୁ ନିଆଗଲା।

Gade chapit la Kopi




୨ କରିନ୍ଥୀୟ 12:2
40 Referans Kwoze  

ଏଥିଉତ୍ତାରେ ମୁଁ ଯିରୂଶାଲମ ସହରକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।


ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି, ସିଂହାସନ ଉପରେ ଜଣେ ବସିଅଛନ୍ତି;


ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।


ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ବର ଜାଣନ୍ତି।


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲା କ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।


ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ବର ଓ ତାହାଙ୍କ ସିଂହାସନ ନିକଟକୁ ଉଠାଇ ନିଆଗଲେ।


ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଦର୍ଶନରେ କଲ୍‍ଦୀୟ ଦେଶକୁ ନିର୍ବାସିତ ଲୋକମାନଙ୍କ ନିକଟକୁ ଆଣିଲେ। ତହୁଁ ମୁଁ ଯେଉଁ ଦର୍ଶନ ପାଇଥିଲି, ତାହା ମୋʼ ନିକଟରୁ ଊର୍ଦ୍ଧ୍ୱଗମନ କଲା।


ମାତ୍ର, ପରମେଶ୍ୱର କʼଣ ପୃଥିବୀରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?


କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।


ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ମଧ୍ୟ ଆରୋହଣ କଲେ।)


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ଯିହୂଦିୟା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ଡଳୀ-ସମୂହ ନିକଟରେ ମୁଁ ବ୍ୟକ୍ତିଗତ ଭାବରେ ପରିଚିତ ନ ଥିଲି;


ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।


ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି।


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।


ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆ ଦେଶରେ ଲୁସ୍ତ୍ରା ଓ ଦର୍ବୀ ସହର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,


ଯେ ମୋହର ମାଂସ ଭୋଜନ କରେ ଓ ମୋʼ ରକ୍ତ ପାନ କରେ, ସେ ମୋʼ ଠାରେ ରହେ ଓ ମୁଁ ତାହାଠାରେ ରହେ।


ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।


ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।


ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,


ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ବରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି।


ଆଉ ସେମାନେ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭେମାନେ ପଠାଅ ନାହିଁ।”


ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ।


ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।


“ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ;


ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ।


ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ। ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ।


ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।


Swiv nou:

Piblisite


Piblisite